ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

୧୧ ସକାଳେ ଅବପାତରେ ପରିଣତ ହୋଇ ତାମିଲନାଡୁ ଉପକୂଳ ଛୁଇଁବ

ନୂଆଦିଲ୍ଲୀ : ଗତକାଲି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଜି ସକାଳ ସାଢେ ୮ଟା ବେଳେ ଏହି ଲଘୁଚାପ ସୃଷ୍ଟି ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ଏହି ଲଘୁଚାପ ଆସନ୍ତା ୩୬ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଏକ ଅବପାତ ବା ଡିପ୍ରେସନରେ ପରିଣତ ହେବ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୧ ତାରିଖ ସକାଳେ ତାମିଲନାଡ଼ୁ ଉପକୂଳ ଅତିକ୍ରମ କରିବ। ଏହି ଡିପ୍ରେସନ ପ୍ରଭାବରେ ଆଜିଠାରୁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ତାମିଲନାଡୁ, କେରଳ, ଆନ୍ଧ୍ରପ୍ରଦେଶ ଓ ପୁଡୁଚେରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ଯୋଗୁଁ ତାମିଲନାଡୁରେ ଗତ କିଛି ଦିନ ଧରି ଚାଲିଥିବା ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି ଆହୁରି ସଂଗୀନ ହେବାର ଆଶଙ୍କା ରହିଛି। ଇତି ମଧ୍ୟରେ ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁଁ ୫ ଜଣ ପ୍ରାଣ ହରାଇଛନ୍ତି। ଆଗକୁ ସ୍ଥିତି ଆହୁରି ବିଗିଡ଼ିବାର ଆଶଙ୍କା ବ୍ୟକ୍ତ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାରେ ଏନଡିଆରଏଫ ମୁତୟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର ସମୀକ୍ଷା କରିଛନ୍ତି। ତଳୁଆ ଅଞ୍ଚଳରୁ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରୀତ କରାଯାଉଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ କୁହାଯାଇଛି।

Share Now:

Kalinga News Beuro

Next Post

ହାତୀଦାନ୍ତ ସହ ୨ ଅଭିଯୁକ୍ତ ଗିରଫ

Tue Nov 9 , 2021
କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ବିଜେପି ରେଞ୍ଜ ଲୁଣଘର ଗ୍ରାମରୁ ଦୁଇଟି ହାତୀଦାନ୍ତ ଜବତ ହୋଇଛି। ଏହି ଘଟଣାରେ ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ବନକାଟି ଗ୍ରାମର ଚିତ୍ତରଂଜନ ବଇଠ ଏବଂ କେନ୍ଦୁଝର ସଦର ଥାନା ଅଞ୍ଜର ଗ୍ରାମର ଡାକ୍ତର ମୁଣ୍ଡାଙ୍କୁ ଗିରଫ କରାଯାଇଛି। Share Now:
ଦୁଇଟି ହାତୀଦାନ୍ତ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial