ଚିଟଫଣ୍ଡ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀଙ୍କ ପାଇଁ ଖୁସିଖବର, ଟଙ୍କା ଫେରସ୍ତ ପ୍ରକ୍ରିୟା ଆରମ୍ଭ

ବାଲେଶ୍ୱର: ସରକାର ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରସ୍ତ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଚିହ୍ନଟ ହୋଇଥିବା କ୍ଷୁଦ୍ର ଜମାକାରୀଙ୍କୁ ଆରଟିଡ଼ିଏସ ମାଧ୍ୟମରେ ଟଙ୍କା ପ୍ରଦାନ କରାଯାଇଛି । କ୍ଷତିଗ୍ରସ୍ତ ଜମାକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଭାବେ ଏହି ଟଙ୍କା ଟ୍ରାନ୍‌ସଫର କରାଯାଇଛି । ବାଲେଶ୍ୱର ଜିଲ୍ଲାପାଳଙ୍କ ତତ୍ୱାବଧାନରେ ଏହି ଟଙ୍କା କ୍ଷତିଗ୍ରସ୍ତ ଜମାକାରୀଙ୍କୁ ପ୍ରଦାନ କରାଯାଇଛି । ପ୍ରଥମ ଦିନରେ ୩୫୦ ଜଣ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରସ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି ।
ପ୍ରାଥମିକ ପର୍ଯ୍ୟାୟରେ ୧୦ ହଜାର ଟଙ୍କାରୁ କମ ଜମା କରିଥିବା ଜମାକାରୀଙ୍କୁ ଟଙ୍କା ଫେରସ୍ତ କରାଯାଉଛି। ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରସ୍ତ ପାଇଁ ପୂର୍ବରୁ ସରକାର ଘୋଷଣା କରିଥିଲେ । ଏନେଇ ଜିଲ୍ଲାପାଳ ଓ ତହସିଲଦାରଙ୍କୁ କ୍ଷୁଦ୍ର ଜମାକାରୀଙ୍କୁ ଚିହ୍ନଟ କରାଯିବାକୁ ନିର୍ଦ୍ଦେଶ ଦେଇଥିଲେ ଅର୍ଥ ସଚିବ । ପୂର୍ବରୁ ଏନେଇ ଚିଠି ମଧ୍ୟ ଜିଲ୍ଲାପାଳମାନଙ୍କୁ ଜାରି କରାଯାଇଛି । ଏହି ଚିଠିରେ ଜିଲ୍ଲାପାଳମାନେ ତହସିଲଦାରମାନଙ୍କ ଜରିଆରେ ଟଙ୍କା ବାଣ୍ଟିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ।

Share Now:

Kalinga News Beuro

Leave a Reply

Next Post

ରାଜ୍ୟ ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ହେଲେ ରଘୁନାଥ ମହାନ୍ତି , ମିଳିଲା କ୍ୟାବିନେଟ୍‌ ପାହ୍ୟା

Thu May 24 , 2018
ଭୁବନେଶ୍ୱର: ବିଜୁ ଜନତା ଦଳ(ବିଜେଡି)ର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତିଙ୍କୁ ରାଜ୍ୟ ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ପଦରେ ଗୁରୁବାର ନିଯୁକ୍ତି ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ ତାଙ୍କୁ ଏହି ନୂଆ ପଦରେ ନିଯୁକ୍ତି ଦେଇଛନ୍ତି। ଏଥି ସହିତ ତାଙ୍କୁ କ୍ୟାବିନେଟ୍‌ ପାହ୍ୟା ମିଳିଛି। ଗତ ମାର୍ଚ୍ଚରେ ରଘୁନାଥଙ୍କୁ ବିଜେଡିର ଉପ-ସଭାପତି ଦାୟିତ୍ୱ ଦିଆଯାଇଥିଲା। ତାଙ୍କୁ ଢେଙ୍କାନାଳ ଜିଲ୍ଲା ବିଜେଡିର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ମଧ୍ୟ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial