ପୁରୀ: ଶ୍ରୀମନ୍ଦିରରେ ଡିସେମ୍ବର ୧୫ ତାରିଖ (ବୁଧବାର) ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ଶ୍ରୀମୁଖ ସିଂଗାର ନୀତି ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ବୁଧବାର ଅପରାହ୍ନ ୪ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି। ପ୍ରତି ମାସରେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂଗାର ନୀତି ଅନୁଷ୍ଠିତ ହୁଏ। ବୁଧବାର ମାର୍ଗଶୀର ଦ୍ବାଦଶୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି ଦତ୍ତ ମହାପାତ୍ର ସେବକଙ୍କ ଦ୍ବାରା ସଂପାଦନ ହେବ। ଅପରାହ୍ନ ୪ଟାରୁ ଏହି ନୀତି ଆରମ୍ଭ ହେବ। ବନକପେଡ଼ି ଧରି ଦତ୍ତ ସେବକମାନେ ପ୍ରବେଶ କରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ବନକଲାଗି ନୀତି ପରେ ମହାସ୍ନାନ ହୋଇ ଅନ୍ୟାନ୍ୟ ନୀତି ବଢ଼ିବ। ଫଳରେ ବୁଧବାର ଅପରାହ୍ନ ୪ଟାରୁ ସାଧାରଣ ଦର୍ଶନ ବନ୍ଦ ରହିବ।
Share Now: