ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୫ କରୋନା ପଜିଟିଭ୍ ଚିହ୍ନଟ : ୩୭ ଜଣ ଶିଶୁ ଓ କିଶୋର ସଂକ୍ରମିତ

ରାଜଧାନୀରେ ଚିନ୍ତା ବଢ଼ାଉଛି କରୋନା

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୨ ଜଣ, କଟକରୁ ୧୧ ଜଣ, ଢେଙ୍କାନାଳରୁ ୧ ଜଣ, ଦେବଗଡ଼ରୁ ୫ ଜଣ, ଗଞ୍ଜାମରୁ ୧ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୬ ଜଣ, ଖୋର୍ଦ୍ଧାରୁ ୮୭ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୨ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୨୩ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୪ ହଜାର ୬୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୪ ହଜାର ୪୪୩ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୬୫୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Share Now:

Kalinga News Beuro

Next Post

ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଜୟପୁର ବନ୍ଦ : ଗଣଦୁଷ୍କର୍ମ ପୀଡ଼ିତାଙ୍କୁ ନ୍ୟାୟ ଦାବି

Thu Dec 30 , 2021
ଜୟପୁର: କୋରାପୁଟ ଜିଲ୍ଲା ବାମୁଣିଗାଁର ଗଣଦୁଷ୍କର୍ମ ଘଟଣା ପ୍ରତିବାଦରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଜୟପୁର ବନ୍ଦ ଡାକରା ଦିଆଯାଇଛି। ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରାଯାଉଛି। ଏହାର ପ୍ରଭାବ ଜୟପୁରରେ ପରିଲକ୍ଷିତ ହୋଇଛି। ଆଜି ସକାଳୁ ବିଜେପି ପକ୍ଷରୁ ବିଭିନ୍ନ ଛକମାନଙ୍କରେ ପିକେଟିଂ କରାଯାଇଥିଲା। ସେଠାରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ଏପରିକି ଦୋକାନ ବଜାର ବି ବନ୍ଦ […]
ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଜୟପୁର ବନ୍ଦ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial