ପୌର ନିର୍ବାଚନ : ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ, ପ୍ରଥମ ଥର ପାଇଁ ନୋଟା ବିକଳ୍ପ ରହିବ

ନୋଟା ବିକଳ୍ପ ରହିବ

ଭୁବନେଶ୍ୱର : ଆଗାମୀ ପୌରସଂସ୍ଥା ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରାଜ୍ୟର ୧୦୭ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ମୋଟ ୪୫୮୪ଟି ବୁଥରେ ଇଭିଏମ୍ ମାଧ୍ୟମରେ ଭୋଟ ଗ୍ରହଣ କରାଯିବ। ସହ ପ୍ରଥମ ଥର ପାଇଁ ପୌରସଂସ୍ଥା ନିର୍ବାଚନରେ ନୋଟା ବିକଳ୍ପ ବ୍ୟବହାର ହେବ। ଇଭିଏମର ସବାଶେଷରେ ନୋଟା ବଟନ୍ ରହିବ। ନିର୍ବାଚନ ମଇଦାନରେ ଭୋଟରଙ୍କ ମନପସନ୍ଦର ପ୍ରାର୍ଥୀ ନଥିଲେ ଭୋଟରମାନେ ନୋଟା ବ୍ୟବହାର କରିପାରିବ। ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥରେ ଦୁଇଟି ଲେଖାଏଁ ଇଭିଏମ୍ ରହିବ। ସେଥିରୁ ଗୋଟିଏ କର୍ପୋରେଟର/କାଉନ୍ସିଲର ନିର୍ବାଚନ ପାଇଁ ଓ ଅନ୍ୟଟି ଅଧ୍ୟକ୍ଷ/ମେୟର ନିର୍ବାଚନ ପାଇଁ ବ୍ୟବହୃତ ହେବା କର୍ପୋରେଟର/କାଉନ୍ସିଲର ପ୍ରାର୍ଥୀମାନଙ୍କ ପାଇଁ ଗୋଲାପି ରଙ୍ଗର ବାଲାଟ୍ ପେପର ଓ ଅଧ୍ୟକ୍ଷ/ମେୟର ପ୍ରାର୍ଥୀମାନଙ୍କ ପାଇଁ ହଳଦିଆ ରଙ୍ଗର ବାଲାଟ୍ ପେପର ନିର୍ବାଚନରେ ବ୍ୟବସ୍ଥା କରାଯିବ। ଏହାଛଡ଼ା ଭୋଟରମାନଙ୍କ ସୁବିଧା ନିମନ୍ତେ କର୍ପୋରେଟର/କାଉନସିଲର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍ ଉପରେ ଗୋଲାପି ରଙ୍ଗର ଗୋଲ ଷ୍ଟିକର ଓ ଅଧ୍ୟକ୍ଷ/ମେୟର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍ ଉପରେ ହଳଦିଆ ରଙ୍ଗର ଗୋଲ ଷ୍ଟିକର ଲଗାଯିବା ଏହା ଦ୍ୱାରା କେଉଁ ପ୍ରାର୍ଥୀଙ୍କୁ କେଉଁ ଇଭିଏମରେ ଭୋଟ ଦେବାକୁ ହେବ, ତାହା ସହଜରେ ଭୋଟରମାନେ ଜାଣିପାରିବ। ପ୍ରତ୍ୟେକ ବୁଥ୍ ମଧ୍ୟରେ ମତଦାନ କରିବା ନିମନ୍ତେ ଦୁଇଟି ମତଦାନ ପ୍ରକୋଷ୍ଠ ରହିଛିା ପ୍ରଥମେ ଭୋଟରମାନେ ପ୍ରଥମ ପ୍ରକୋଷ୍ଠକୁ ଯାଇ ଆଗ ଅଧ୍ୟକ୍ଷ/ମେୟର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିସାରି ଦ୍ୱିତୀୟ ପ୍ରକୋଷ୍ଠକୁ ଯିବେ ଓ ସେଠାରେ କର୍ପୋରେଟର/କାଉନ୍ସିଲର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିବେ ବୋଲି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି। ସେହିପରି ପୌର ନିର୍ବାଚନରେ ଦୃଷ୍ଟିହୀନ ଭୋଟରମାନଙ୍କ ପାଇଁ ବ୍ରେଲି ବାଲାଟ ପେପର ସୁବିଧା କରାଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାରୁ ବଛା ବଛା ମାଷ୍ଟର ଟ୍ରେନରମାନଙ୍କର ଦୁଇଦିନିଆ ଇଭିଏମ୍ ତାଲିମ କାର୍ଯ୍ୟକ୍ରମ ନିର୍ବାଚନ କମିଶନଙ୍କ ଦ୍ୱାରା ରାଜ୍ୟସ୍ତରରେ ଶେଷ ହୋଇଛି। ପୌର ନିର୍ବାଚନ ପାଇଁ ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ଓ୍ୱାର୍ଡ ପୁନର୍ଗଠନ, ବୁଥ ଓ ଭୋଟର ତାଲିକା ପ୍ରସ୍ତୁତି ଇତ୍ୟାଦି କାର୍ଯ୍ୟକୁ ଅନୁମୋଦନ କରିସାରିଛନ୍ତି। ପୌର ନିର୍ବାଚନ ନିମନ୍ତେ ସମସ୍ତ ଦିଗରୁ ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତ ଥିବା କମିଶନ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

Share Now:

Kalinga News Beuro

Next Post

ଶିକ୍ଷକଙ୍କ ଠାରୁ ଗାଳି ଖାଇଥିବା ପିଲା ୧୮ବର୍ଷ ବୟସରେ ହେଲା କୋଟିପତି

Mon Feb 21 , 2022
ନୂଆଦିଲ୍ଲୀ: ପ୍ରାୟତଃ ଶୁଣିବାକୁ ମିଳିଥାଏ ଯେ ଭାଗ୍ୟଠାରୁ ବଡ଼ କିଛି ହୋଇ ନଥାଏ। ଏଥିରେ କୌଣସି ସନ୍ଦେହ ନାହିଁ। କାରଣ ଭାଗ୍ୟ କେତେବେଳେ କାହାକୁ ନେଇ କେଉଁ ସ୍ଥାନରେ ପହଞ୍ଚାଇବ ତାହା କେହି ଜାଣି ନଥାଆନ୍ତି। ଅନେକ ସମୟରେ ଶ୍ରେଣୀରେ ଶିକ୍ଷକ/ଶିକ୍ଷୟିତ୍ରୀ ପାଠପଢ଼ାଉଥିବା ବେଳେ ପିଲାମାନଙ୍କୁ ଦେଖି କିଏ ମଣିଷ ହେବ କିଏ ମଣିଷ ହେବ ନାହିଁ ବୋଲି ପ୍ରତିକ୍ରିୟା ଦେଇଥାଆନ୍ତି। ଏହି କ୍ରମରେ ଜଣେ ଛାତ୍ରଙ୍କୁ ଦିନେ ଶିକ୍ଷକ […]
୧୮ବର୍ଷ ବୟସରେ ହେଲା କୋଟିପତି

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial