ଯୋଗୀ ଆଦିତ୍ୟନାଥଙ୍କ ଦ୍ଵିତୀୟ ଇନିଂସ ଆରମ୍ଭ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ

ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ : ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଇକନା ଷ୍ଟାଡିୟମଠାରେ ଅନୁଷ୍ଠିତ ଏକ ସମାରୋହରେ ରାଜ୍ୟପାଳ ଆନନ୍ଦିବେନ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ମୋଟ ୫୨ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଏମାନଙ୍କ ମଧ୍ୟରେ ୫ ଜଣ ମହିଳା ଅଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ଶାସିତ ରାଜ୍ୟ ସମେତ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେଇଥିଲେ। ଗୁରୁବାର ଦିନ ଯୋଗୀ ଆଦିତ୍ୟନାଥଙ୍କୁ ବିଜେପି ବିଧାୟକ ଦଳର ନେତା ଚୟନ କରାଯାଇଥିଲା। ୨ୟ ଥର ପାଇଁ ସେ ଶପଥ ଗ୍ରହଣ କରିଛନ୍ତି। ୨୦୧୭ରେ ସେ ପ୍ରଥମ ଥର ପାଇଁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ।

Share Now:

Kalinga News Beuro

Next Post

ନିଜ ରିଭଲଭରରୁ ଗୁଳି ଫୁଟିବାରୁ ଗାଙ୍ଗପୁର ଥାନା ଅଧିକାରୀଙ୍କ ମୃତ୍ୟୁ

Fri Mar 25 , 2022
ବ୍ରହ୍ମପୁର: ନିଜ ରିଭଲଭରରୁ ଗୁଳି ଫୁଟିବାରୁ ଗାଙ୍ଗପୁର ଥାନା ଅଧିକାରୀ ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, କ୍ବାର୍ଟରରେ ମାଆଙ୍କ ସହ ଖାଇବାକୁ ଵସିଥିବା ଵେଳେ ଗୁଳି ଫୁଟିଥିଲା। ପେଟରେ ଗୁଳି ବାଜି ପିଠିପଟୁ ବାହାରିଥିଲା। ତାଙ୍କୁ ଆସିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।.ସେଠାରେ ଦେବ କୁମାର ଗମାଙ୍ଗଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ସେ ଜୟପୁରର ମୂଳବାସିନ୍ଦା। ୬ ମାସ ତଳେ ଗାଙ୍ଗପୁର ଥାନାରେ ଯୋଗ […]
ଗାଙ୍ଗପୁର ଥାନା ଅଧିକାରୀଙ୍କ ମୃତ୍ୟୁ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial