୧୪ ଜିଲ୍ଲାରେ କାଳବୈଶାଖୀ ସହ ୪ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ: ଜାରି ହେଲା ୟେଲୋୱାର୍ଣ୍ଣିଂ

୧୪ ଜିଲ୍ଲାରେ କାଳବୈଶାଖୀ

ଭୁବନେଶ୍ୱର: ସଂପ୍ରତି ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ପାଣିପାଗର ଏପ୍ରକାର ସ୍ଥିତି ଆହୁରି ୩ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‌ ଜୁନ୍‌ ୯ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏ ପରିସ୍ଥିତିରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୭ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶାର ୧୪ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳ ଗୀଷ୍ମ ପ୍ରବାହ ଜାରି ରହିବ ବୋଲି ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ସମ୍ବଲପୁର, କୋରାପୁଟ, ମାଲକାନାଗିରି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୪ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ପଶ୍ଚିମ ଓଡ଼ିଶାର ଦେବଗଡ଼, ସୋନପୁର, ବଲାଙ୍ଗିର ଓ ବୌଦ୍ଧ ପ୍ରଭୃତି ୪ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଗ୍ରାଷ୍ମ ଲହରି ପ୍ରବାହିତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପ୍ରତି ବିଶେଷ ଦୃଷ୍ଟି ରଖିବା ସହ ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପଦାକୁ ଖରାରେ ନବାହାରିବାକୁ ପରାମର୍ଶ ଦିଆଯାଇଛି। ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, ଗଜପତି, ସୁନ୍ଦରଗଡ଼, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କଳାହାଣ୍ଡି, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହୋଇପାରେ। ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

Share Now:

Kalinga News Beuro

Next Post

ସଂଗଠନ ଦାୟିତ୍ୱ ବୁଝିବା ପାଇଁ ବିଦାୟୀ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Mon Jun 6 , 2022
ଭୁବନେଶ୍ବର: ଆଜି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ବିଦାୟୀ ମନ୍ତ୍ରୀ। ବିଦାୟୀ ମନ୍ତ୍ରୀମାନଙ୍କ ଭିତରୁ ବିକ୍ରମ କେଶରୀ ଆରୁଖଙ୍କୁ ବାଦ୍ ଦେଲେ ଅନ୍ୟ ସମସ୍ତ ବିଦାୟୀ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା କରିଥିବା ଜଣାଯାଇଛି। ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର, ଅରୁଣ ସାହୁ, ସୁଦାମ ମାରାଣ୍ଡି, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ରଘୁନନ୍ଦନ ଦାସ, ପଦ୍ମନାଭ ବେହେରା, ପଦ୍ମିନୀ ଦିଆନ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ […]
ସଂଗଠନ ଦାୟିତ୍ୱ ବୁଝିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial