୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା: ଜାରିହେଲା ୟେଲୋୱାର୍ଣ୍ଣିଂ

ଭିଜିିବ ସାରା ରାଜ୍ୟ

ଭୁବନେଶ୍ୱର: ଉପକୂଳ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିବା ସହ ଏହା ସମୁଦ୍ର ପତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଆଡକୁ ଢଳି ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୩୦ ତାରିଖ, ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ବରଗଡ, ନୂଆପଡା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।

Share Now:

Kalinga News Beuro

Next Post

ଅଗଷ୍ଟ ୬ରେ ହେବ ଉପରାଷ୍ଟ୍ରପତି ନିର୍ବାଚନ, ସେହିଦିନ ହେବ ଗଣତି: ନିର୍ବାଚନ ଆୟୋଗ

Wed Jun 29 , 2022
ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ବର୍ତ୍ତମାନ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅଗଷ୍ଟ ୬ରେ ଅନୁଷ୍ଠିତ ହେବ ବୋଲି ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ। ବର୍ତ୍ତମାନର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୧ରେ ଶେଷ ହେବ। ଏଭଳି ପରିସ୍ଥିତିରେ ତାଙ୍କ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନିର୍ବାଚନ କରିବା ପାଇଁ କୁହାଯାଇଥିବା ବେଳେ ନିର୍ବାଚନ […]
ନିର୍ବାଚନ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial