ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ

ଫଟୋ ସାମ୍ବାଦିକ ଅଶୋକ ପଣ୍ଡା-1

ଭୁବନେଶ୍ବର: ଆଜି ସକାଳେ ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ଘଟିଥିବାର ଖବର ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ବୟସ ହୋଇଥିଲା। ତାଙ୍କର ୧୦ ବର୍ଷର ଏକମାତ୍ର ଝିଅ ଓ ପତ୍ନୀ କଳ୍ପନା ଅଛନ୍ତି। ସୂଚନା ଅନୁଯାୟୀ, ରଥଯାତ୍ରାର ଖବର ସଂଗ୍ରହ ପାଇଁ ଅଶୋକ ପଣ୍ଡା ନିଜ ବାଇକରେ ପୁରୀ ଯାଉଥିବା ବେଳେ ସାତଶଙ୍ଖ ନିକଟରେ ତାଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ସେ ଛିଟିକି ହୋଇପଡ଼ିଥିଲେ। ସେଠାରୁ ତାଙ୍କୁ ରାଜଧାନୀର କ୍ୟାପିଟାଲ୍ ହସ୍ପିଟାଲକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୈନିକ ଖବରକାଗଜ ‘ସମୟ’ ସହ ଦୀର୍ଘ ଦିନ ଧରି ଜଡ଼ିତ ଥିଲେ। ଏହାଛଡ଼ା ସେ କେତେକ ଜାତୀୟ ସମ୍ବାଦପତ୍ରରେ ବି କାର୍ଯ୍ୟ କରିଥିଲେ। ସ୍ବର୍ଗତ ପଣ୍ଡାଙ୍କ ଘର ମୟୁରଭଞ୍ଜ ଜିଲ୍ଲାର ବୈଶିଙ୍ଗାରେ। ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଅକାଳ ବିୟୋଗରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳିଯାଇଛି। ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜର ଟୁଇଟରରେ ଲେଖିଛନ୍ତି, ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

Share Now:

Kalinga News Beuro

Next Post

ପେଟାନାଳରେ ପଶି ବିଧାୟକ ମୋକିମ୍‌ଙ୍କ ନିଆରା ପ୍ରତିବାଦ

Fri Jul 1 , 2022
କଟକ: ସିଡିଏ ଦେଇ ଯାଇଥିବା ପେଟାନାଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟୀକରଣ କାର୍ଯ୍ୟରେ ଅହେତୁକ ବିଳମ୍ବ କରାଯାଉଥିବାରୁ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍‌ ଆଜି ନିଆରା ଢ଼ଙ୍ଗରେ ପ୍ରତିବାଦ କରିଛନ୍ତି। ନିଜେ ପେଟାନାଳର ଆବର୍ଜନାପୂର୍ଣ୍ଣ ପାଣିରେ ଠିଆହୋଇ ପ୍ରତିବାଦ ଜଣାଇବା ସହ ତୁରନ୍ତ ଏହି କାର୍ଯ୍ୟ ଆରମ୍ଭ କରା ନଗଲେ ଆନ୍ଦୋଳନକୁ ତୀବ୍ର କରିବାକୁ ଚେତାବନୀ ଦେଇଛନ୍ତି। ବିଧାୟକ ଶ୍ରୀ ମୋକିମ୍‌ ଅଭିଯୋଗ କରିଛନ୍ତି ଯେ, ୧୯୮୦ ମସିହାରେ କଂଗ୍ରେସ ସରକାର […]
ମୋକିମ୍‌ଙ୍କ ନିଆରା ପ୍ରତିବାଦ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial