ଆଜି ଭାରତକୁ ଆଉ ଏକ ସ୍ବର୍ଣ୍ଣ ଦେଲେ ୨୦ବର୍ଷୀୟ ଲକ୍ଷ୍ୟ ସେନ୍

ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ଜିତିଲେ ୨୦ ବର୍ଷୀୟ ଲକ୍ଷ୍ୟ ସେନ୍

ବର୍ମିଂହାମ : ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସୋମବାରଦିନଟି ଭାରତ ପାଇଁ ସ୍ମରଣୀୟ ଦିନରେ ପରିଣତ ହେବାକୁ ଯାଉଛି। ଆଜି ବ୍ୟାଡମିଣ୍ଟନରେ ଭାରତ ଦୁଇଟି ସ୍ବର୍ଣ୍ଣ ପଦକ ହାସଲ କରିଛି। ପ୍ରଥମ ପି.ଭି. ସିନ୍ଧୁ ମହିଳା ସିଙ୍ଗଲ୍ସରେ ସ୍ବର୍ଣ୍ଣ ଜିତିବା ପରେ ପୁରୁଷ ସିଙ୍ଗଲ୍ସରେ ସ୍ବର୍ଣ୍ଣ ଜିତି ଇତିହାସ ସୃଷ୍ଟି କରିଛନ୍ତି ୨୦ ବର୍ଷୀୟ ଲକ୍ଷ୍ୟ ସେନ। ନିଜର ପ୍ରଥମ ରାଜ୍ୟଗୋଷ୍ଠୀ ପଦାର୍ପଣରେ ସ୍ବର୍ଣ୍ଣିମ ସଫଳତା ହାସଲ କରି ସେ ଭାରତ ପାଇଁ ନୂଆ ଆଶା ସୃଷ୍ଟି କରିଛନ୍ତି। ସୋମବାର ଖେଳାଯାଇଥିବା ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଲକ୍ଷ୍ୟ ସେନ ମାଲେସିଆର ଏନଜି ଜେ ୟଙ୍ଗଙ୍କୁ ହରାଇଥିଲେ। ମ୍ୟାଚର ପ୍ରଥମ ଗେମଟିକୁ ହାରିଯିବା ସତ୍ତ୍ୱେ ପରବର୍ତ୍ତୀ ୨ଟି ଗେମରେ ଜୋରଦାର ପ୍ରତ୍ୟାବର୍ତ୍ତନ କରି ମ୍ୟାଚ ଜିତିଯାଇଥିଲେ ଲକ୍ଷ୍ୟ। ପ୍ରଥମ ଗେମରେ ସେ ୧୯-୨୧ ସେଟରେ ହାରିଯାଇଥିଲେ। ଏପରିକି ୨ୟ ଗେମରେ ବି ସେ ପ୍ରଥମରୁ ପଛୁଆ ଥିଲେ। ତେବେ ଲଗାତାର ୧୩ଟି ପଏଣ୍ଟ ହାସଲ କରି ସେ ଏହାକୁ ୨୧-୯ରେ ଜିତିନେଇଥିଲେ। ୩ୟ ଗେମରେ ଲକ୍ଷ୍ୟ ନିଜର ବିଜୟ ଧାରାକୁ ଜାରି ରଖିଥିଲେ ଓ ୨୧-୧୬ରେ ଜିତିଯାଇଥିଲେ। ଫଳରେ ଫାଇନାଲ ମ୍ୟାଚକୁ ସେ ୧୯-୨୧,୨୧-୯ ଓ ୨୧-୧୬ରେ ବିଜୟୀ ହୋଇ ସ୍ବର୍ଣ୍ଣ ହାତେଇଥିଲେ। ପୂର୍ବରୁ ପ୍ରକାଶ ପାଦୁକୋନ (୧୯୭୮),ସୟେଦ ମୋଦୀ (୧୯୮୨) ଓ ପାରୁପାଲି କଶ୍ୟପ (୨୦୧୪)ରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ୟାଡମିଣ୍ଟନରେ ସିଙ୍ଗଲ୍ସ ସୁନା ଜିତିଥିଲେ।

Share Now:

Kalinga News Beuro

Next Post

ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

Mon Aug 8 , 2022
ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୋମବାର ସକାଳ ୯ଟା ୪୫ ମିନିଟ୍ ସମୟରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ପହଞ୍ଚି ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି। ମନ୍ଦିର ଭିତରେ ସେ ସର୍ବପ୍ରଥମେ ଶ୍ରୀଗଣେଶଙ୍କୁ ଦର୍ଶନ କରିଥିଲେ। ତାପରେ ଶ୍ରୀଲିଙ୍ଗରାଜଙ୍କର ପୂଜାର୍ଚ୍ଚନା କରିଥିଲେ। ସେଠାରେ ସେ ଜଳାଭିଷେକ ମଧ୍ୟ କରିଥିବା ସୂଚନା ରହିଛି। ଏହାପରେ ଶ୍ରୀ ଶାହ ବେଢ଼ା ପରିକ୍ରମା କରିବା ସହ […]
ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ-1

ଆହୁରି ପଢ଼ନ୍ତୁ