ସ୍ବାଧୀନତା ସଂଗ୍ରାମ ସହ ଜଡ଼ିତ ଦେଶର ୭୫ଟି ଜେଲରେ ହେବ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ

ଦେଶର ୭୫ଟି ଜେଲରେ ହେବ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ମହର୍ଷି ଶ୍ରୀଅରବିନ୍ଦଙ୍କର ୧୫ଠତମ ଜନ୍ମ ଦିବସ ଏବଂ ଦେଶ ସ୍ୱାଧୀନତାର ୭୫ ବର୍ଷ ପାଳନ ଅବସରରେ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଶ୍ରୀଅରବିନ୍ଦଙ୍କର ଜୀବନାଦର୍ଶ ଉପରେ ଆଧାରିତ ସାଂସ୍କୃତିକ କାର୍ଯ୍ୟକ୍ରମ ୭୫ଟି ଜେଲରେ ଆୟୋଜନ କରାଯିବ। ଅଗଷ୍ଟ ୧୨ ତାରିଖରୁ ୧୫ ତାରିଖ ମଧ୍ୟରେ ଦେଶର ଗୁରୁତ୍ୱପୂର୍ଣ୍ଣ ଜେଲଗୁଡ଼ିକରେ ଏହି କାର୍ଯ୍ୟକ୍ରମ ଶ୍ରୀଅରବିନ୍ଦଙ୍କ ସ୍ମରଣରେ ହେଉଛି। ଏହି କାର୍ଯ୍ୟକ୍ରମରେ ଯୋଗ ଏବଂ ଧ୍ୟାନ ଉପରେ ଗୁରୁତ୍ୱ ଦିଆଯାଇ ଶ୍ରୀଅରବିନ୍ଦଙ୍କ ଜୀବନୀ ଓ ଆଦର୍ଶ ଆଧାରରେ ଜେଲର ଅନ୍ତେବାସୀମାନଙ୍କ ଜୀବନରେ ପରିବର୍ତ୍ତନ ଅଣାଯିବା ଉଦ୍ଦେଶ୍ୟ ରଖାଯାଇଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମ ସମ୍ପର୍କରେ କହିଛନ୍ତି ଯେ ଜେଲରେ ବନ୍ଦୀ ଜୀବନ ବିତାଉଥିବା ଲୋକଙ୍କର ଜୀବନରେ ପରିବର୍ତ୍ତନ ଆବଶ୍ୟକ। ଏହି ପରିବର୍ତ୍ତନ ଆତ୍ମଚିନ୍ତନ ଓ ଅନୁଭବ ମାଧ୍ୟମରେ ଘଟିପାରିବ। ସେମାନଙ୍କ ଜୀବନରେ ଶ୍ରୀଅରବିନ୍ଦଙ୍କ ଆଦର୍ଶ ଏକ ନୂଆ ଅନୁଭବ ଓ ପରିବର୍ତ୍ତନ ଆଣି ନୂଆ ଜୀବନ ଆରମ୍ଭ ପାଇଁ ମାର୍ଗଦର୍ଶନ କରିବ। ଦେଶର ଆଧ୍ୟାତ୍ମିକ ଗୁରୁମାନଙ୍କ ସହଯୋଗରେ ସଂସ୍କୃତି ମନ୍ତ୍ରଣାଳୟ ଏହି କାର୍ଯ୍ୟକ୍ରମ ସମ୍ପାଦନ କରିବ। ଦେଶର ସ୍ୱାଧୀନତା ସଂଗ୍ରାମ ସହିତ ଜଡ଼ିତ ଦେଶର ୭୫ଟି ଜେଲକୁ ଏହି କାର୍ଯ୍ୟକ୍ରମ ପାଇଁ ଚିହ୍ନଟ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ରାମକୃଷ୍ଣ ମିସନ, ପତଞ୍ଜଳୀ, ଆର୍ଟ ଅଫ ଲିଭିଙ୍ଗ, ଈଶା ଫାଉଣ୍ଡେସନ ଏବଂ ସତସଙ୍ଗ ଫାଉଣ୍ଡେସନ ସହିତ ଯୋଗାଯୋଗ କରାଯାଇଛି। ଦେଶର ୨୩ଟି ରାଜ୍ୟରେ ଯୋଗ, ଧ୍ୟାନ ଏବଂ ଶ୍ରୀଅରବିନ୍ଦଙ୍କ ନୈତକି ବାଣୀ ଜେଲର ଅନ୍ତେବାସୀମାନଙ୍କୁ ଶିକ୍ଷା ଦିଆଯିବ।

Share Now:

Kalinga News Beuro

Next Post

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ

Fri Aug 12 , 2022
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ମନ୍ତ୍ରିମଣ୍ଡଳର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୭ଗୋଟି ପ୍ରକଳ୍ପକୁ ରାଜ୍ୟ ମନ୍ତ୍ରିମଣ୍ଡଳ ଅନୁମୋଦନ କରିଛନ୍ତି। ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଛନ୍ତି ଯେ, ୧୭ଟି ପ୍ରକଳ୍ପ ମଧ୍ୟରେ କୃଷି ଓ କୃଷକ ସଶକ୍ତୀକରଣ, ପଞ୍ଚାୟତରାଜ ଓ ପାନୀୟ ଜଳ, ରାଜସ୍ବ ଓ ବିପର୍ଯ୍ୟୟ […]
ରାଜ୍ୟ କ୍ୟାବିନେଟ୍‌ ବୈଠକ-1

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial