କଟକ: କଟକରେ ନକଲି ଔଷଧ କାରବାର ମାମଲା। ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୨ ଅଭିଯୁକ୍ତ। ଅଭିଯୁକ୍ତ ଦୁଇଜଣ ଦେଲେ ସଞ୍ଜୟ ଜଲାଲ ଓ ରାହୁଲ ଶ୍ୟାଲ। ପୁରୀଘାଟ ଥାନାରେ ଦୁଇ ଅଭିଯୁକ୍ତ ଆତ୍ମସମର୍ପଣ କରିଛନ୍ତି। ନକଲି ମେଡିସିନ କାରବାର ମାମଲାରେ ସେମାନଙ୍କୁ ପଚରାଉଚରା ହେବ। ଦୁଇ ଔଷଧ ବିତରକ ସଂସ୍ଥାର ଅନ୍ୟ କିଛି କର୍ମଚାରୀଙ୍କୁ ପୁଲିସ ପଚରାଉଚରା କରୁଛି। ଆବଶ୍ୟକ ପଡିଲେ ଏହି ଦୁଇ ସଂସ୍ଥାର ଅଫିସ ସିଲ ବି କରାଯାଇପାରେ ବୋଲି କଟକ ଡିସିପି ସୂଚନା ଦେଇଛନ୍ତି। ସେପଟେ ନକଲି ଔଷଧକୁ ବଜାରକୁ କେମିତି ଆସିଲା, ତାର ଚେର ଖୋଜିବା ପାଇଁ ପୁଲିସ୍ ଟିମ୍ ଗୟା ଓ ବେଙ୍ଗାଲୁରୁ ଯିବ ବୋଲି ଜଣାପଡ଼ିଛି। କଟକରେ ଜବତ ହୋଇଥିବା ଟେଲମା-୪୦ ଓ ଟେଲମା-ଏଏମ୍ ଔଷଧ ନକଲି ବୋଲି ଜଣାପଡିବା ପରେ ଡ୍ରଗ୍ଧ କଣ୍ଟ୍ରୋଲର ଅଫିସର ଅଧିକାରୀମାନେ ଏ ନେଇ ବଳିଷ୍ଠ ପ୍ରମାଣ ପାଇଛନ୍ତି। ସେହିପରି ଦୋଷୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କଟକ ମେଡିସିନ ବିକ୍ରେତା ସଂଘ ଦାବି କରିଛି। ଅପରପକ୍ଷରେ ଡାକ୍ତର କହିଛନ୍ତି ଯେ, ନକଲି ଟେଲମା-୪୦ ଓ ଟେଲମା-ଏଏମ୍ ଖାଇଲେ କିଡନୀ ଓ ହାର୍ଟ ସମସ୍ୟା ଦେଖା ଦେବାର ଆଶଙ୍କା ଅଧିକ ରହିଛି।
ନକଲି ଔଷଧ କାରବାର ମାମଲା: ଦୁଇ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

Share Now: