ଅଦିନରେ ମୌସୁମୀ ବର୍ଷା : ଅବପାତ ଦୁର୍ବଳ, ଓଡ଼ିଶାରେ ନାହିଁ ପ୍ରଭାବ

ରାଜ୍ୟରେ ମୌସୁମୀ ବର୍ଷା

ଭୁବନେଶ୍ବର : ଦକ୍ଷିଣ ଛତିଶଗଡ଼ ଓ ସଂଲଗ୍ନ ମଧ୍ୟପ୍ରଦେଶ ଓ ବିଦର୍ଭ ଉପରେ ରହିଥିବା ଅବପାତ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଦୁର୍ବଳ ହୋଇ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଦକ୍ଷିଣପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି। ଏହା ଧୀରେଧୀରେ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୪୮ ଘଣ୍ଟା ମଧ୍ୟରେ ଏହା ମଧ୍ୟପ୍ରଦେଶ ଅତିକ୍ରମ କରିବ। ଫଳରେ ଏବେ ଲଘୁଚାପର କୌଣସି ପ୍ରଭାବ ଓଡ଼ିଶା ଉପରେ ନାହିଁ। ଅନ୍ୟପଟେ ମୌସୁମୀଜନିତ ନିମ୍ନଚାପ ରେଖା ବର୍ତ୍ତମାନ ଉଦୟପୁର, ଭୋପାଳ, ସ୍ପଷ୍ଟଚିହ୍ନିତ ଲଘୁଚାପ ବଳୟର କେନ୍ଦ୍ର ଭାବ ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଝାରସୁଗୁଡ଼ା, ବାଲେଶ୍ବର ହୋଇ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ଉତ୍ତରପୂର୍ବ ବଙ୍ଗୋପସାଗର ଆଡ଼କୁ ଲମ୍ବିଛି। ଫଳରେ ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀର ଶକ୍ତିଶାଳୀ ପ୍ରବାହ ଜାରି ରହିଛି। ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ତ୍ତମାନ ମୌସୁମୀଜନିତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
କେନ୍ଦ୍ରର ସୂଚନା ମୁତାବକ, ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ୧୪ ତାରିଖ ଦିନ କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ରାଜଧାନୀ ତଥା ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବ। ମଝିରେ ମଝିରେ ବର୍ଷା ସମ୍ଭାବନା ମଧ୍ୟ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।

Share Now:

Kalinga News Beuro

Next Post

ଭୁବନେଶ୍ୱରରେ ପହଞ୍ଚିଲା ଏୟାରଫୋର୍ସର ଏଏନ୍‌୩୨ ବିମାନ

Tue Sep 13 , 2022
ଭୁବନେଶ୍ବର: ଆଜାଦି କା ଅମୃତ ମହୋତ୍ସବ ଉପଲକ୍ଷେ ବାୟୁସେନାର ସୂର୍ଯ୍ୟକିରଣ ଏୟାର ସୋ ପାଇଁ ଆଜି ଭୁବନେଶ୍ୱରରେ ପହଞ୍ଚିଛି ଏୟାରଫୋର୍ସର ଏଏନ୍‌୩୨ ବିମାନ। ଏଥିରେ ଆସିଛନ୍ତି ଇଣ୍ଡକ୍ସନ ଟିମ ସୋ’ରେ ଭାଗ ନେବାକୁ ଥିବା ୧୧ଟି ହକ ବିମାନ। ସୋ’ରେ ୯ଟି ହକ ବିମାନ ଅଂଶଗ୍ରହଣ କରିବ ଓ ୨ଟି ଷ୍ଟାଣ୍ଡ ବାଏରେ ରହିବ। ୧୪ ତାରିଖରେ ସି୧୭ ଗ୍ଲୋବ ମାଷ୍ଟର ବିମାନରେ ସୂର୍ଯ୍ୟକିରଣ ଏୟାର ସୋ ଲାଗି ଉପକରଣ […]
ଏୟାରଫୋର୍ସ ଏଏନ୍‌୩୨ ବିମାନ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial