ମିଶନ ଶକ୍ତି ମା’ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ମିଶନ ଶକ୍ତି ମା’ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସଂଧ୍ୟାରେ ନବୀନ ନିବାସଠାରେ ବାଲେଶ୍ୱର, ମୟୁରଭଂଜ ଓ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ବ୍ଲକ ଫେଡେରେସନର ମିଶନ ଶକ୍ତି ମା’ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଭୁବନେଶ୍ୱରକୁ ସେମାନେ ପ୍ରଶିକ୍ଷଣ ପାଇଁ ଆସିଥିବା ଅବସରରେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ମିଶନ ଶକ୍ତି କାର୍ଯ୍ୟକ୍ରମରେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ଏହାଦ୍ୱାରା ସେମାନଙ୍କର ଦକ୍ଷତା ବୃଦ୍ଧି ହେବା ସହିତ ବିଭିନ୍ନ ବ୍ୟବସାୟ ଜରିଆରେ ଆର୍ଥିକ ଉନ୍ନତି ଆସିପାରିଛି। ନିଜେ ରୋଜଗାର କରିପାରୁଥିବା ଯୋଗୁ ଆଜି ସମାଜରେ ସେମାନଙ୍କର ପ୍ରତିଷ୍ଠା ବୃଦ୍ଧି ପାଇଛି ବୋଲି ସେମାନେ ଖୁସି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।
ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ସେମାନଙ୍କ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିପାରିଛି ବୋଲି ସେମାନେ କହିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ କାମର ପ୍ରଶଂସା କରିବା ସହିତ ଓଡିଶାର ବିକାଶରେ, ବିଶେଷକରି ଗ୍ରାମାଞ୍ଚଳର ମା ମାନେ ବହୁତ ଭଲ କାମ କରୁଛନ୍ତି ଓ ଆଗକୁ ଏହିପରି କାମ ଜାରି ରଖିବେ ବୋଲି ସେ ଆଶାପ୍ରକାଶ କରିଥିଲେ। ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।

Share Now:

Kalinga News Beuro

Next Post

ୟୁକ୍ରେନ ଉପରେ ଆକ୍ରମଣ କରି ଠିକ୍ କରିଛି : ପୁଟିନ

Fri Oct 14 , 2022
ମସ୍କୋ : ୟୁକ୍ରେନ ଉପରେ ଆକ୍ରମଣ କରି ସେ ଠିକ କରିଛନ୍ତି ଓ ଏଥିପାଇଁ କୌଣସି ଅବଶୋଷ ନାହିଁ ବୋଲି କହିଛନ୍ତି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। କାଜାଖସ୍ଥାନର ରାଜଧାନୀ ଅସ୍ଥାନାଠାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିବା ଅବସରରେ ପୁଟିନ କହିଥିଲେ ଯେ ୟୁକ୍ରେନକୁ ଧ୍ବଂସ କରିବା ତାଙ୍କର ଲକ୍ଷ୍ୟ ନୁହେଁ। ଆଗକୁ ୟୁକ୍ରେନ ଉପରେ ଅଧିକ ପରିମାଣର କ୍ଷେପଣାସ୍ତ୍ର ଆକ୍ରମଣ କରାଯିବ ନାହିଁ। ୟୁ୍କ୍ରେନର ଆହୁରି ଅଧିକ […]
ପାଶ୍ଚାତ୍ୟ ରାଷ୍ଟ୍ରଙ୍କୁ ମନେପକାଇ ଦେଲେ ପୁଟିନ୍‌

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial