ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ : ମହାପୁରୁଷଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଶ୍ରୀକ୍ଷେତ୍ରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ ଓ ଗଜପତି ଦିବ୍ୟସିଂହ ଦେବଙ୍କ ପରିବାର ଲୋକଙ୍କ ସହିତ ମହାପ୍ରସାଦ ସେବନ ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଅପରାହ୍ନରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଆଜି ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା ପରେ ତାଙ୍କୁ ପାରମ୍ପାରିକ ଆଦିବାସୀ ନୃତ୍ୟ, ଗୀତ ଓ ବାଦ୍ୟ ସହିତ ସ୍ୱାଗତ କରାଯାଇଥିଲା। ରାଷ୍ଟ୍ରପତିଙ୍କୁ ଦେଖିବା ପାଇଁ ବିମାନବନ୍ଦରରେ ହଜାର ହଜାର ‌ଲୋକଙ୍କର ଭିଡ଼ ଦେଖାଯାଇଥିଲା। ଲୋକେ ଜାତୀୟ ପତାକା ଧରି ରାସ୍ତାକଡ଼ରେ ଛିଡ଼ା ହୋଇଥିଲେ। ନିଜମାଟିର ଝିଅ ତଥା ରାଷ୍ଟ୍ରପତିଙ୍କ ଝଲକ ପାଇବା ପାଇଁ ଦୀର୍ଘ ସମୟ ଧରି ଅପେକ୍ଷା କରିଥିଲେ। ଭୁବନେଶ୍ୱରରେ ରାଷ୍ଟପ୍ରତି ଦ୍ରୌପଦୀ ମୁର୍ମୁ ସ୍ୱାଧୀନତା ସଂଗ୍ରାମୀ ଓ ମହାପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ। ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ସେ ରାଜଧାନୀର ବିଭିନ୍ନ ଛକରେ ଥିବା ବକ୍ସି ଜଗବନ୍ଧୁ ବିଦ୍ୟାଧର, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ମହାରାଜ ଶ୍ରୀରାମଚନ୍ଦ୍ର ଭଂଜଦେଓ, ସ୍ଵଭାଵ କବି ଗଙ୍ଗାଧର ମେହେର, ସହିଦ ଲକ୍ଷ୍ମଣ ନାୟକ, ଭଗବାନ ବିର୍ସା ମୁଣ୍ଡା ଓ ଗୁରୁ ଗୋମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେବା ପରେ ରାଷ୍ଟ୍ରପତି ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ‌ଦେବେ। ଏହା ପରେ ସେ ରାଜଭବନରେ ରାତ୍ରୀଯାପନ କରିବେ। ସୂଚନାଯୋଗ୍ୟ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପୂର୍ବାହ୍ନରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଗତ କରିଥିଲେ।

Share Now:

Kalinga News Beuro

Next Post

ଭାରତକୁ ହରାଇ ଟି-୨୦ ବିଶ୍ୱକପ ଫାଇନାଲରେ ଇଂଲଣ୍ଡ

Thu Nov 10 , 2022
ଆଡିଲେଡ୍ : ଭାରତ ବିଶ୍ୱ ଚାମ୍ପିଅନ ଆଶା ଧୂଳିସାତ ହୋଇଯାଇଛି। ଗୁରୁବାର ଖେଳାଯାଇଥିବା ୨ୟ ସେମିଫାଇନାଲ ମ୍ୟାଚରେ ଭାରତକୁ ୧୦ ଓ୍ବିକେଟରେ ଶୋଚନୀୟଭାବେ ହରାଇ ଫାଇନାଲରେ ପ୍ରବେଶ କରିଛି ଇଂଲଣ୍ଡ। ଇଂଲଣ୍ଡ ଆସନ୍ତା ରବିବାର ଦିନ ହେବାକୁ ଥିବା ଫାଇନାଲ ମ୍ୟାଚରେ ପାକିସ୍ତାନକୁ ଭେଟିବ। ଇଂଲଣ୍ଡର ବିଜୟ ପାଇଁ ଭାରତ ୧୬୯ରନର ବିଜୟ ଲକ୍ଷ୍ୟ ରଖାଯାଇଥିବାବେଳେ ଇଂଲଣ୍ଡର ଦୁଇ ଓପନର ଆଲେକ୍ସ ହେଲ୍ସ ଓ ଜସ ବଟଲର ହିଁ ଖେଳ […]
ଭାରତକୁ ହରାଇ ଟି-୨୦ ବିଶ୍ବକପ ଫାଇନାଲରେ ଇଂଲଣ୍ଡ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial