ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ୨୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ହ୍ରାସ ପାଇ ୪ ହଜାର ତଳେ ରହିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ପିଛିଲା ଭାବେ କେରଳ ଯୋଗ କରିଥିବା ୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୫୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୪,୯୮୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କାହାରି ମୃତ୍ୟୁ ରେକର୍ଡ କରାଯାଇ ନ ଥିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୫୮ରେ ରହିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୦,୪୧୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୦୬ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୯୭,୧୭,୪୭୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୫୯,୫୧୦ଟି ନମୁନା।
ଆଜି ଦେଶରେ ୧୫୯ ନୂଆ କୋଭିଡ୍-୧୯ ସଂକ୍ରମଣ : ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ତଳେ

Share Now: