ଓଡ଼ିଶାରେ ଓମିକ୍ରନ୍‌ ଭାରିଆଣ୍ଟର ବିଏଫ୍‌.୭ : ଜଣେ ବ୍ୟକ୍ତି ଆକ୍ରାନ୍ତ ସୂଚନା

ଓଡ଼ିଶାରେ ଓମିକ୍ରନ୍‌ ଭାରିଆଣ୍ଟର ବିଏଫ୍‌.୭

ଭୁବନେଶ୍ୱର: ଓଡ଼ିଶାରେ କୋଭିଡ୍‌ ଓମିକ୍ରନ୍‌ର ନୂଆ ଭାରିଏଣ୍ଟ ଚିହ୍ନଟ ହୋଇଥିବା ନେଇ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଓଡ଼ିଶାରେ ଓମିକ୍ରନ୍‌ ଭାରିଆଣ୍ଟର ବିଏଫ୍‌.୭ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଗୁଜରାଟରେ ୨ ଜଣ ଏବଂ ଓଡ଼ିଶାରେ ଜଣେ ବ୍ୟକ୍ତି ଚିହ୍ନଟ ହୋଇଥିବା ନେଇ ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ବିଏଫ୍‌.୭ ଭାରିଏଣ୍ଟ କିଛି ଦିନ ହେଲା ଚୀନ୍‌ରେ ଆତଙ୍କ ସୃଷ୍ଟି କରୁଛି। ବିଦେଶରେ କୋଭିଡ ଉଗ୍ର ରୂପ ନେବା ପରେ ରାଜ୍ୟକୁ କେନ୍ଦ୍ର ସରକାର ଚିଠି ଲେଖିଛନ୍ତି। କେନ୍ଦ୍ରର ଚିଠି ପାଇଲା ପରେ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର କହିଛନ୍ତି ଯେ, ଲୋକଙ୍କ ଠାରେ କୋଭିଡ ଲକ୍ଷଣ ଦେଖାଯିବା ମାତ୍ରେ ଟେଷ୍ଟିଙ୍ଗ କରାଯିବ। ଏଥି ପାଇଁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଅନୁରୋଧ କରିଛନ୍ତି। ଆକ୍ରାନ୍ତଙ୍କ ଜିନମ ସିକ୍ୟୁଏନସିଂ ହେବ। ଆମ ପାଖରେ ପର୍ଯ୍ୟପ୍ତ ପରିମାଣର ଜେନମ ସିକ୍ୟୁଏନସିଂ ଏବଂ ସର୍ଭିଲାନ୍ସ କରିବାକୁ ସୁବିଧା ଅଛି। ଏହାପରେ ମଧ୍ୟ ଯଦି ସଂକ୍ରମଣ ବଢେ ତାପରେ ଅନ୍ୟ ପଦକ୍ଷେପ ନିଆଯିବ। ହକି ବିଶ୍ୱକପରେ ଭିଡ଼କୁ ଦୃଷ୍ଟିରେ ରଖି ସେଠାରେ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଯଦି କାହାର ଲକ୍ଷଣ ପ୍ରକାଶ ପାଇଲେ ସଂଗେ ସଂଗେ ତାର ସେଠାରେ ଟେଷ୍ଟ କରିବାର ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱର ଓ ରାଉରକେଲାରେ ଟେଷ୍ଟିଙ୍ଗ ପାଇଁ ପର୍ଯ୍ୟାପ୍ତ ପରିମାଣର ବ୍ୟବସ୍ଥା କରାଯାଇଛି। ଚୀନ, ଆମେରିକା ଓ ଜାପାନରେ କରୋନା ସଂକ୍ରମଣ ପୁଣି ଦ୍ରୁତ ଗତିରେ ବଢିଚାଲିଛି। ବିଶେଷକରି ଚୀନ ଅବସ୍ଥା ଚିନ୍ତା ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସତର୍କ ହୋଇଉଠିଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ଲାଲ ମାଣ୍ଡଭିଅ ବୁଧବାରଦିନ ଏକ ଉଚ୍ଚସ୍ତରୀୟ ବୈଠକ ଡାକି ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ଏପର୍ଯ୍ୟନ୍ତ ଦେଶରୁ କୋଭିଡ ମୂଳପୋଛ ହୋଇନାହିଁ, ଏଣୁ ଯଥାଶୀଘ୍ର ସମସ୍ତେ କୋଭିଡ୍ ଟୀକା ନେଇଯାଆନ୍ତୁ। ଏହି ବୈଠକରେ ସ୍ୱାସ୍ଥ୍ୟମନ୍ତ୍ରାଳୟର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ସ୍ୱାସ୍ଥ୍ୟମନ୍ତ୍ରୀ ସ୍ଥିତିର ସମୀକ୍ଷା କରିବା ସହ ଜନସ୍ୱାସ୍ଥ୍ୟ ବ୍ୟବସ୍ଥାର ପ୍ରସ୍ତୁତି ତଦାରଖ କରିଥିଲେ।

Share Now:

Kalinga News Beuro

Next Post

ଓଡ଼ିଶା ଦେଖିବ ସୁଉଚ୍ଚ ମୂର୍ତ୍ତି : ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ୧୨୩ ଫୁଟର ଧ୍ୟାନମଗ୍ନ ଶିବ ପ୍ରତିମା

Wed Dec 21 , 2022
ଯାଜପୁର: ପୁରା ଓଡ଼ିଶା ଦେଖିବ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି। ଏହି ମୂତ୍ତି ସାରା ଓଡିଶାରେ ସବୁ ଠାରୁ ଉଚ୍ଚତମ ମୂର୍ତ୍ତି ରହିବ। କାରଣ ପୂର୍ବରୁ ରାଉଲକେଲାରେ ଥିବା ହନୁମାନ ବାଟିକାରେ ୭୫ ଫୁଟର ହୁନମାନ ମୂର୍ତ୍ତି ରହିଥିବା ବେଳେ କୋ‌ରାପୁଟର ଦାମନଯୋଡି ଠାରେ ୧୦୮ ଫୁଟ ଉଚ୍ଚତାର ହନୁମାନ ମୂର୍ତ୍ତି ରହିଛି। କିନ୍ତୁ ଯାଜପୁରକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ୧୨୩ ଫୁଟର ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ ଚାଲିଛି, […]
୧୨୩ ଫୁଟର ଧ୍ୟାନମଗ୍ନ ଶିବ ପ୍ରତିମା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial