ପରଲୋକରେ ବିଶିଷ୍ଟ ସାହିତ୍ୟିକ ହୁସେନ ରବି ଗାନ୍ଧୀ

ହୁସେନ ରବି ଗାନ୍ଧୀଙ୍କ ପରଲୋକ

କଟକ: ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଆଜି ମଧ୍ୟାହ୍ନରେ କଟକ ବାସଭବନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ୨୦୦୮ରୁ ୨୦୧୦ ଯାଏ ଓଡ଼ିଶା ସାହିତ୍ୟ ଏକାଡେମିର ସଭାପତି ଦାୟିତ୍ବ ନିର୍ବାହ କରିଥିଲେ।
ହୁସେନ୍ ୧୯୪୮ ମସିହା ଏପ୍ରିଲ ୨୩ ତାରିଖରେ ଯାଜପୁର ଜିଲ୍ଲାର ହାଲଡିଗଡିଆ ଗାଁର ମୁଫତିବାଗରେ ତାରାକୋଟର ଶାସକ ପରିବାରରେ ଜନ୍ମଗ୍ରହଣ କରିଥିଲେ। ସେ ମହମ୍ମଦ ମୋଜାମିଲ ହୁସେନଙ୍କ ଜ୍ୟେଷ୍ଠ ପୁତ୍ର ଏବଂ ତାରାକୋଟ ରାଜ୍ୟର ଶେଷ ଶାସକ ଦାବିରୁଦ୍ଦିନ ମହମ୍ମଦ ଖାନ୍ ବାହାଦୂରଙ୍କ ନାତି। ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଲେଖକ ମେହମୁଦ ହୁସେନ୍ ତାଙ୍କର ସାନ ଭାଇ। ସେ ୧୩ଟି ପୁସ୍ତକର ରଚୟିତା।

Share Now:

Kalinga News Beuro

Next Post

ଆଜିଠୁ ଖଣ୍ଡଗିରିରେ ମାଘମେଳା : ପାହାଡ଼ ଗୁମ୍ଫାରୁ ଗୁଞ୍ଜରିତ ହେବ ମନ୍ତ୍ରଧ୍ବନି

Sat Jan 28 , 2023
ମେଳା ଜଗିବେ ୬ ପ୍ଲାଟୁନ୍‌ ପୁଲିସ, ବିଏମ୍‌ସି ପକ୍ଷରୁ ପ୍ରସ୍ତୁତି ଶେଷ ଖଣ୍ଡଗିରି: ପରମ୍ପରା, ବିଧି ଓ ବିଶ୍ବାସ ଅନୁସାରେ ପବିତ୍ର ମାଘ ସପ୍ତମୀରେ ଆରମ୍ଭ ହେଉଛି ବିଶ୍ବ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା। ସୂର୍ଯ୍ୟ ଉପାସନା ସାଙ୍ଗକୁ ସାଧୁସନ୍ଥମାନେ ହୋମଯଜ୍ଞ, ଜପତପ ଓ ପୂଜାର୍ଚ୍ଚନା କରିବେ। ରାମଚରିତ ମାନସ ପାଠ ଯୋଗୁଁ ସମଗ୍ର ପାହାଡ଼ ମନ୍ତ୍ରଧ୍ବନିରେ ପ୍ରକମ୍ପିତ ହେବ। ଖଣ୍ଡଗିରିର ଗିରିକନ୍ଦରରେ ଗୁଞ୍ଜରିତ ହେବ ବିଭିନ୍ନ ମନ୍ତ୍ରଧ୍ବନି। ସନ୍ଥମାନଙ୍କ ଅସ୍ଥାୟୀ […]
ଆଜିଠାରୁ ମାଘ ସପ୍ତମୀ ମେଳା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial