ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ-1

ଭୁବନେଶ୍ୱର: ବ୍ରଜରାଜନଗରର ଗାନ୍ଧୀଛକ ଫାଣ୍ଡିର ଏଏସଆଇ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି। ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି। ସେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ଫାଣ୍ଡି ଅଧିକାରୀ ଗୋପାଳ ଦାସ ଅତି ନିକଟରୁ ତାଙ୍କ ସର୍ଭିସ ରିଭଲଭରରେ ଗୁଳିମାଡ଼ କରିଥିବା ଜଣାଯାଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଉପରକୁ ଗୁଳିମାଡ଼ ଘଟଣାକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନବ ଦାସଙ୍କର ଆଶୁ ଆରୋଗ୍ୟ କାମନା କରବା ସହ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଗୁଳିମାଡ଼ର ଶିକାର ହୋଇଥିବା ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି। ପ୍ରଥମେ ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କୁ ଭୁବନେଶ୍ୱରକୁ ଏୟାରଲିଫ୍ଟିଂ ପ୍ରକ୍ରିୟା ଜାରି ରହିଛି। ଏବେ ତାଙ୍କୁ ଝାରସୁଗୁଡ଼ା ବିମାନବନ୍ଦରରୁ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲକୁ ଅଣାଯାଉଛି।

Share Now:

Kalinga News Beuro

Next Post

ଗ୍ରିନ୍ କରିଡରରେ ସଂକଟାପନ୍ନ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି

Sun Jan 29 , 2023
ଭୁବନେଶ୍ୱର: ଗୁଳିମାଡ଼ର ଶିକାର ହୋଇ ସଂକଟାପନ୍ନ ଥିବା ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସା ପାଇଁ ଆପୋଲୋ ହସ୍ପିଟାଲକୁ ଅଣାଯାଇଛି। ବିମାନବନ୍ଦରରୁ ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ଯାଏ ଗ୍ରିନ୍ କରିଡରରେ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଆପୋଲୋ ହସ୍ପିଟାଲରେ ପହଞ୍ଚିଥିବାର ସୂଚନା ମିଳିଛି। ତେଣେ ଆପୋଲୋ ହସ୍ପିଟାଲରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ସୁଶାନ୍ତ ସିଂହ ଓ ସ୍ନେହାଙ୍ଗିନୀ ଛୁରିଆଙ୍କ ସମେତ ବହୁ ବିଜେଡି ନେତା […]
ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial