କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

କଂଗ୍ରେସରେ ଯୋଗ ଦେଲେ ବିଜୟ ପଟ୍ଟନାୟକ

ନୂଆଦିଲ୍ଲୀ: ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଦିଲ୍ଲୀସ୍ଥିତ ଏଆଇସିସି ମୁଖ୍ୟ କାର୍ଯ୍ୟାଳୟରେ ସେ କଂଗ୍ରେସ ଅଧ୍ୟକ୍ଷ ମଲିକାର୍ଜୁନ ଖଡ୍ଗେଙ୍କ ଉପସ୍ଥିତିରେ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କଂଗ୍ରେସରେ ଯୋଗ ଦେବା ନେଇ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ କହିଛନ୍ତି ଯେ ପ୍ରଥମ ଥର ରାଜନୀତିରେ ଯୋଗ ଦେଉଛି। ନୀତି, ଆଦର୍ଶକୁ ନେଇ ଆଗକୁ ବଢ଼ିବି। ଓଡ଼ିଶାରେ କୁଶାସନ, ଦୁର୍ନୀତି ଓ ହିଂସାର ବାତାବରଣ ଚାଲିଛି। ପ୍ରଶାସନ ଲୋକଙ୍କ ପାଖରେ ପହଂଚିନାହିଁ। ଏବେ ସାଧାରଣ ଲୋକ କାହା ପାଖକୁ ଯିବେ ଜାଣିପାରୁନାହାନ୍ତି। ମୁଁ ଲୋକଙ୍କ ପାଇଁ କାମ କରିବି। ତେବେ କଂଗ୍ରେସରେ କାହିଁକି ଯୋଗ ଦେଲେ ପ୍ରଶ୍ନରେ ବିଜୟ କହିଛନ୍ତି ଯେ କଂଗ୍ରେସର ଉଦାରବାଦ ନୀତି ଯୋଗୁଁ ହାତ ଧରିଛି। ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ ଯାତ୍ରା ହେଉଛି ପ୍ରେମ ଓ ଭଲ ପାଇବାର ଯାତ୍ରା।
ଏକଦା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ଥିବା ବିଜୟ ପଟ୍ଟନାୟକ ୨୦୧୩ରେ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଲା ପରେ ତୁରନ୍ତ ତାଙ୍କୁ ଷ୍ଟାଫ୍ ସିଲେକ୍ସନ୍ କମିସନର ଅଧ୍ୟକ୍ଷ କରାଗଲା। ପରେ ପରେ ତାଙ୍କୁ ମାନବାଧିକାର କମିସନଙ୍କ ସଦସ୍ୟ ଭାବେ ନିଯୁକ୍ତି ଦିଆଗଲା। ସେ ୨୦୧୫ ଏପ୍ରିଲରେ ସେଠାରୁ ଇସ୍ତଫା ଦେଇଥିଲେ। ରାଜନୀତିରେ ଯୋଗ ଦେବେ ବୋଲି ସରକାରୀ ପଦବୀରୁ ସେ ଇସ୍ତଫା ଦେଇଛନ୍ତି ବୋଲି ଚର୍ଚ୍ଚା ଜୋର୍ ଧରିଥିଲା। କିନ୍ତୁ ସେ ସମସ୍ତଙ୍କୁ ଚକିତ କରି ବେଦାନ୍ତରେ ଯୋଗ ଦେଇଥିଲେ। ପୁଣି ବେଦାନ୍ତ ବିଶ୍ୱବିଦ୍ୟାଳୟ ପରି ଏକ ବିବାଦୀୟ ପ୍ରକଳ୍ପର ମୁଖ୍ୟ ଭାବେ ଦାୟିତ୍ୱ ବି ନେଲେ। ଏହାପରେ ସେ ୨୦୧୭ରେ ବେଦାନ୍ତ ଛାଡ଼ିଦେଇଥିଲେ। ବର୍ତ୍ତମାନ କଂଗ୍ରେସରେ ଯୋଗ ଦେଇ ସେ ପୁଣି ଚର୍ଚ୍ଚାକୁ ଫେରିଛନ୍ତି।

Share Now:

Kalinga News Beuro

Next Post

ମାତୃକରୁଣା ଜଣେ ବ୍ୟକ୍ତିକୁ ଅସାଧାରଣ କରିଥାଏ: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ

Fri Feb 10 , 2023
ଭୁବନେଶ୍ୱର: ମାତୃକରୁଣା ଜଣେ ବ୍ୟକ୍ତିକୁ ଅସାଧାରଣ ବ୍ୟକ୍ତିତ୍ୱରେ ପରିଣତ କରିଥାଏ। ଏହା କହିଛନ୍ତି ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ। ଆଜି ଉତ୍କଳ ମଣ୍ଡପଠାରେ ଆୟୋଜିତ ଜ୍ଞାନପ୍ରଭା ମିଶନର ଦ୍ଵିତୀୟ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଷ୍ଟ୍ରପତି କହିଛନ୍ତି, ମୁଁ ଜାଣି ଆନନ୍ଦିତ ଯେ ଏହି ଅନୁଷ୍ଠାନ ଜଣେ ଆଦର୍ଶ ଜନନୀଙ୍କ ନାମରେ ନାମିତ ହୋଇଛି। ଆଧ୍ୟାତ୍ମିକ ଗୁରୁ ଯୋଗାନନ୍ଦଙ୍କ ମାତା ଜ୍ଞାନପ୍ରଭାଙ୍କ ନାମରେ ଏହି […]
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ-1

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial