ଶହୀଦ ଦେବାଶିଷଙ୍କ ପାଇଁ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ଶହୀଦ ହୋଇଥିବା ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ନିଜର ଟୁଇଟରରେ ସେ ଲେଖିଛନ୍ତି,ଜମ୍ମୁ କାଶ୍ମୀରର ପୁଞ୍ଛରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ଶହୀଦ ହୋଇଥିବା ଖବର ଅତ୍ୟନ୍ତ ଦୁଃଖଦାୟକ। ଦେଶର ସୁରକ୍ଷାରେ ତାଙ୍କର ବଳିଦାନ ସବୁବେଳେ ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। ଏଣେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି। ନିଜର ଟୁଇଟରରେ ସେ ଲେଖିଛନ୍ତି, ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳ ଅଞ୍ଚଳର ଯବାନ ଦେବାଶିଷ ବିଶ୍ୱାଳ (ସାହିତ୍ୟ)ଙ୍କ ସମେତ ଯବାନମାନେ ଶହୀଦ ହୋଇଥିବା ଖବର ଶୁଣି ମୁଁ ଦୁଃଖିତ ଏବଂ ଗଭୀର ଭାବରେ ମର୍ମାହତ। ଏହି ବୀର ଯବାନ ମାନଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ।
ସୂଚନାଯୋଗ୍ୟ, ଗତକାଲି ଜମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ମାଡ଼ରେ ଏକ ସେନା ଗାଡ଼ି ଜଳି ଯାଇଥିଲା। ଏହାଫଳରେ ୫ ଜଣ ଯବାନ ଶହୀଦ ହୋଇଯାଇଥିଲେ। ନିହତ ଯବାନଙ୍କ ମଧ୍ୟରେ ଥିଲେ ଜଣେ ଓଡ଼ିଆ ପୁଅ। ସେ ହେଲେ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଥାନା ଅନ୍ତର୍ଗତ ଅଳଗୁମ ଖଣ୍ଢାୟତସାହିର ଦେବାଶିଷ ବିଶ୍ବାଳ(୨୮ ବର୍ଷ)। ପ୍ରତାପ ବିଶ୍ବାଳ ଓ ମମତା ବିଶ୍ବାଳଙ୍କ ବଡ଼ପୁଅ ଦେବାଶିଷ ପ୍ରାୟ ୧୦ ବର୍ଷ ତଳେ ସେନାରେ ଭର୍ତ୍ତି ହୋଇଥିଲେ। ୨୦୨୨ ମସିହା ମେ ମାସ ୪ ତାରିଖରେ ତାଙ୍କର ସୁଶ୍ରୀସଙ୍ଗୀତା ବିଶ୍ବାଳଙ୍କ ସହ ବିବାହ ହୋଇଥିଲା ଓ ସେମାନଙ୍କର ଏକ ଛୋଟ ଝିଅ ଅଛି। ଆତଙ୍କବାଦୀ ଆକ୍ରମଣରେ ଦେବାଶିଷଙ୍କ ଆକସ୍ମିକ ମୃତ୍ୟୁଖବର ତାଙ୍କର ଜଣେ ସାଙ୍ଗ ପରିବାରକୁ ଖବର ଦେବାପରେ ଗ୍ରାମରେ ଶୋକର ଲହରି ଖେଳିଯାଇଛି। ପରିବାରରେ କାନ୍ଦବୋବାଳି ପଡ଼ିଯାଇଥିବା ବେଳେ ସମଗ୍ର ଗାଁ ସ୍ତବ୍ଧ ହୋଇଯାଇଛି।

Share Now:

Kalinga News Beuro

Next Post

ରାଜଧାନୀ ଉପକଣ୍ଠରେ ଚାଞ୍ଚଲ୍ୟ : ୨୪ ଘଣ୍ଟା ଭିତରେ ଜୀବନ ହାରିଲେ ଦୁଇ ମହିଳା

Fri Apr 21 , 2023
ବାଲିପାଟଣା : ବାଲିପାଟଣା ଥାନା ଅଭୟମୁଖୀ ଅଞ୍ଚଳରେ ୨୪ ଘଣ୍ଟା ଭିତରେ ୨ ଜଣ ମହିଳା ଆତ୍ମହତ୍ୟା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗତକାଲି ମହାପାତ୍ର ସାହିର ଦିଲ୍ଲୀପ ମହାପାତ୍ରଙ୍କ ପତ୍ନୀ ରୋଜାଲିନ ପଣ୍ଡା ଫ୍ୟାନରେ ଝୁଲି ପଡ଼ିଥିଲେ। ଏହି ଖବର ଲୋକଙ୍କ ମନରୁ ଲିଭି ନ ଥିବା ବେଳେ ଆଜି ଭୋରୁ ସ୍ଥାନୀୟ ଅଞ୍ଚଳର ଆଉ ଜଣେ ନବ ବିବାହିତା ସମାନ ଢ଼ଙ୍ଗରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସେ […]
୨୪ ଘଣ୍ଟା ଭିତରେ ଜୀବନ ହାରିଲେ ଦୁଇ ମହିଳା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial