ଭୁବନେଶ୍ୱରରେ ଶହୀଦ ଦେବାଶିଷଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ

ସହିଦ ଦେବାଶିଷଙ୍କୁ ଭୁବନେଶ୍ବରରେ ଗାର୍ଡ ଅଫ୍ ଅନର୍ ପ୍ରଦାନ

ରାଜ୍ୟପାଳ ଓ ବହୁ ରାଜନେତାଙ୍କ ଶ୍ରଦ୍ଧା ସୁମନ ଅର୍ପଣ

ଭୁବନେଶ୍ୱର: ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ଲାନ୍ସନାୟକ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର ଆଜି ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏହାପରେ ସେଠାରେ ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି। ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହାଛଡ଼ା ସେଠାରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡାକ୍ତର ସମ୍ବିତ ପାତ୍ରଙ୍କ ସମେତ ବହୁ ରାଜନେତା ମଧ୍ୟ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଭୁବନେଶ୍ୱର ବିମାନବନ୍ଦରରେ ଶହୀଦ ଦେବାଶି‌ଷଙ୍କ ପତ୍ନୀ ସୁଶ୍ରୀ ସଙ୍ଗୀତା ମଧ୍ୟ ଉପସ୍ଥିତ ଥଲେ। ତାଙ୍କ ପାର୍ଥିବ ଶରୀରକୁ ଜନ୍ମମାଟି ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ୍ ଅଳୁଗୁମ ପଞ୍ଚାୟତ ଖଣ୍ଡାୟତସାହିକୁ ନିଆଯାଇଥିଲା।
ଉଲ୍ଲେଖଯୋଗ୍ୟ, ଶୁକ୍ରବାର ଦିନ ବିମାନ ଯୋଗେ ଦେବାଶିଷଙ୍କ ପାର୍ଥିବ ଶରୀର ନିଜ ଗାଁରେ ପହଞ୍ଚିବାର ଥିଲା। କିନ୍ତୁ, ବିମାନ ଚଳାଚଳରେ ତ୍ରୁଟି କାରଣରୁ ଶନିବାର ଦିନ ଦେବାଶିଷଙ୍କ ପାର୍ଥିବ ଶରୀର ପହଞ୍ଚିଛି। ଗାଁ’ ଶ୍ମଶାନରେ ହିଁ ତାଙ୍କର ଶେଷକୃତ୍ୟ କରାଯିବ। ଏଥିପାଇଁ ଗତକାଲି ଗାଁ ଶ୍ମଶାନକୁ ସଫା କରାଯାଇଛି। ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ୍ ଅନର୍’ ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି ବୋଲି ସତ୍ୟବାଦୀ ତହସିଲଦାର ଜୟନ୍ତ କୁମାର ଜୟସିଂହ କହିଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ମାଡ଼ରେ ଏକ ସେନା ଗାଡ଼ି ଜଳି ଯାଇଥିଲା। ଫଳରେ ୫ ଜଣ ଯବାନ ସହିଦ ହୋଇଯାଇଥିଲେ। ନିହତ ଯବାନଙ୍କ ମଧ୍ୟରେ ଥିଲେ ଜଣେ ଓଡ଼ିଆ ପୁଅ। ସେ ହେଉଛନ୍ତି ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଥାନା ଅନ୍ତର୍ଗତ ଅଳଗୁମ ଖଣ୍ଢାୟତସାହିର ଦେବାଶିଷ ବିଶ୍ୱାଳ(୨୮ ବର୍ଷ)।

Share Now:

Kalinga News Beuro

Next Post

ବିଜେବି କଲେଜରେ ୩ ଛାତ୍ରଙ୍କୁ ଗୋଡ଼େଇ‌ ଗୋଡ଼େଇ ହାଣିଲେ୧୫ ଅଣଛାତ୍ର

Sat Apr 22 , 2023
ଭୁବନେଶ୍ୱର : ରାଜ୍ୟର ରାଜଧାନୀ ଭୁବନେଶ୍ୱରର ପୁରାତନ ଓ ପ୍ରତିଷ୍ଠିତ କଲେଜ ‘ବକ୍ସି ଜଗବନ୍ଧୁ ବିନାୟକ ସ୍ୱୟଂଶାସିତ ମହାବିଦ୍ୟାଳୟ’ରେ ପୁଣି ଥରେ ଅଶାନ୍ତିର ବାତାବରଣ ଦେଖାଯାଇଛି। ବିଜେବି କଲେଜ ପରିସରରେ ଶନିବାର ପୁଣି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୩ ଜଣ ଛାତ୍ରଙ୍କୁ ୧୫ ଅଣଛାତ୍ର ମାରଣାସ୍ତ୍ର ସାହାଯ୍ୟରେ ଆକ୍ରମଣ କରିଥିବା ନେଇ ବଡ଼ଗଡ଼ ଥାନାରେ ଅଭିଯୋଗ ହୋଇଛି। ଆକ୍ରମଣର ଶିକାର ହୋଇଥିବା ୩ ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ […]
ବିଜେବି କଲେଜରେ ପୁଣି ଅଶାନ୍ତି

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial