ଭାରତର ଜି-୨୦ ସଭାପତିତ୍ବକୁ ନେଇ ଏମ୍‌ସ ଭୁବନେଶ୍ୱର ଛାତ୍ରଛାତ୍ରୀଙ୍କ ପକ୍ଷରୁ ମାନବଶୃଙ୍ଖଳ

ଏମ୍‌ସ ଭୁବନେଶ୍ୱର ଛାତ୍ରଛାତ୍ରୀଙ୍କ ପକ୍ଷରୁ ମାନବଶୃଙ୍ଖଳ

ଭୁବନେଶ୍ୱର: ଭାରତର ଜି-୨୦ ସଭାପତିତ୍ବର ସଫଳତାକୁ ଏମ୍‌ସ ଭୁବନେଶ୍ୱର ପକ୍ଷରୁ ନିଆରା ଢଙ୍ଗରେ ପାଳନ କରାଯାଇଛି। ଆଜି ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନର ଛାତ୍ରଛାତ୍ରୀଙ୍କ ପକ୍ଷରୁ ଏକ ବିଶାଳ ମାନବଶୃଙ୍ଖଳ ଗଠନ କରାଯାଇଥିଲା। ପ୍ରାୟ ସାଢ଼େ ତିନିଶହ ଛାତ୍ରୀଙ୍କୁ ନେଇ ଜି୨୦କୁ ଚିତ୍ରଣ କରୁଥିବା ଏକ ପ୍ରତିସ୍ବରୂପ ସୃଷ୍ଟି କରାଯାଇଥିଲା। ଏମ୍‌ସ ପରିସରରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଏପରି ମାନବଶୃଙ୍ଖଳ ବେଶ ଆକର୍ଷଣୀୟ ହୋଇଥିଲା। ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ବିଷୟବସ୍ତୁର ବିଶେଷତାକୁ ସାରା ବିଶ୍ବରେ ପହଞ୍ଚାଇବାର ପ୍ରୟାସ କରିଥିଲେ ଏମ୍‌ସର ଛାତ୍ରଛାତ୍ରୀ। ଏମ୍‌ସ ଭୁବନେଶ୍ୱର ପକ୍ଷରୁ ଜି୨୦ ଜନଭାଗିଦାରୀ ଅଭିଯାନ ଅନ୍ତର୍ଗତ ଏକାଧିକ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା। ଛାତ୍ରଛାତ୍ରୀ ଏବଂ ରୋଗୀଙ୍କ ଖାଦ୍ୟରେ ମିଲେଟ୍‌ର ବ୍ୟବହାର ସମେତ ପାର୍ଶ୍ୱିବର୍ତ୍ତୀ ଗ୍ରାମଗୁଡିକରେ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜନ, ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ, ବିଭିନ୍ନ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ଏମ୍‌ସର ଜାତୀୟ ସେବା ଯୋଜନା(ଏନଏସଏସ) ପକ୍ଷରୁ ନେତୃତ୍ୱ ବିକାଶ କାର୍ଯ୍ୟକ୍ରମ ଭଳି ଏକାଧିକ କାର୍ଯ୍ୟକ୍ରମ ଜନ ଭାଗିଦାରୀ ଅଭିଯାନର ଅଂଶ ଥିଲା। ଜି୨୦ ଅଭିଯାନରେ ଏମ୍‌ସ ଭୁବନେଶ୍ୱରର ସକ୍ରିୟ ସହଭାଗୀତାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ। ଏମ୍‌ସ ଭୁବନେଶ୍ୱର ସର୍ବଦା ନୂତନ ଜ୍ଞାନକୌଶଳ ଏବଂ ସମ୍ବେଦନଶୀଳତା ସହିତ ଜନସାଧାରଣଙ୍କ ସେବା କରିବାକୁ ପ୍ରତିଶ୍ରୁତିବଦ୍ଧ। ଛାତ୍ରଛାତ୍ରୀଙ୍କ ପକ୍ଷରୁ ଏପରି ମାନବଶୃଙ୍ଖଳ ସୃଷ୍ଟି ଭାରତର ବିଶ୍ୱସ୍ତରୀୟ ନେତୃତ୍ୱ ତଥା ନାରୀଶକ୍ତିର ଜାଗରଣକୁ ପ୍ରମାଣିତ କରୁଥିବା ଡ. ବିଶ୍ବାସ ପ୍ରକାଶ କରିଛନ୍ତି।

ଏଥିସହିତ ଆଜି ଏମ୍‌ସର ଛାତ୍ରଛାତ୍ରୀ କୋଭିଡ୍‌ ଏବଂ ଅନ୍ୟାନ୍ୟ ବିଭିନ୍ନ ସାମାଜିକ ସମସ୍ୟା ଉପରେ ସଚେତନତା ସୃଷ୍ଟି କରିବା ପାଇଁ ଓପିଡି ପରିସରରେ କଳାତ୍ମକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଜି୨୦ ଅଭିଯାନର ଉଦ୍‌ଯାପନୀ ସମାରୋହ ଆଜି ଅନୁଷ୍ଠିତ ହୋଇଯାଇଛି। କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। କୁଳସଚିବ ବି ବି ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଡିନ୍‌ ଡ. ପି ଆର ମହାପାତ୍ର, ମେଡିକାଲ୍ ଅଧୀକ୍ଷକ ଡ. ଦିଲ୍ଲୀପ କୁମାର ପରିଡା, ଭାରପ୍ରାପ୍ତ ଡିଡିଏ ରଶ୍ମି ରଞ୍ଜନ ସେଠୀ, ପିଆର୍‌ ସେଲ୍‌ ମୁଖ୍ୟ ଡ. ପ୍ରଭାସ ରଞ୍ଜନ ତ୍ରିପାଠୀ, ଅଧ୍ୟାପକ ଅଧ୍ୟାପିକା, ଛାତ୍ରଛାତ୍ରୀ ଏବଂ କର୍ମଚାରୀ ଯୋଗ ଦେଇଥିଲେ।

Share Now:

Kalinga News Beuro

Next Post

ଏଲଆଇସି ଅଧ୍ୟକ୍ଷ ଭାବେ ନେତୃତ୍ବ ନେବେ ଆଉ ଜଣେ ଓଡ଼ିଆ ସିଦ୍ଧାର୍ଥ ମହାନ୍ତି

Fri Apr 28 , 2023
ଭୁବନେଶ୍ବର : ଆଉ ଜଣେ ଓଡ଼ିଆ ଏକ ପ୍ରତିଷ୍ଠିତ ଅନୁଷ୍ଠାନର ନେତୃତ୍ବ ନେବାକୁ ଯାଉଛନ୍ତି। ସେ ହେଉଛନ୍ତି ସିଦ୍ଧାର୍ଥ ମହାନ୍ତି। ତାଙ୍କୁ ଦେଶର ବୃହତ୍ତମ ବୀମା କମ୍ପାନି ଏଲଆଇସିର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ସେ ଏବେ ଏଲଆଇସିର ଅନ୍ତରୀଣ ଅଧ୍ୟକ୍ଷ ତଥା ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ଅଛନ୍ତି। ଆସନ୍ତା ବର୍ଷ ଜୁନ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକା​ଳ ରହିବ।ଭାରତ ସରକାରଙ୍କ ଏଫଏସଆଇବି (ଫାଇନାନ୍ସିଆଲ ସର୍ଭିସେସ ଇଷ୍ଟିଚ୍ୟୁସନ୍ସ ବ୍ୟୁରୋ) ପକ୍ଷରୁ ଅଧ୍ୟକ୍ଷ ପଦ […]
ସିଦ୍ଧାର୍ଥ ମହାନ୍ତି ହେଲେ ଏଲଆଇସି ଅଧ୍ୟକ୍ଷ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial