ଏଲଆଇସି ଅଧ୍ୟକ୍ଷ ଭାବେ ନେତୃତ୍ବ ନେବେ ଆଉ ଜଣେ ଓଡ଼ିଆ ସିଦ୍ଧାର୍ଥ ମହାନ୍ତି

ସିଦ୍ଧାର୍ଥ ମହାନ୍ତି ହେଲେ ଏଲଆଇସି ଅଧ୍ୟକ୍ଷ

ଭୁବନେଶ୍ବର : ଆଉ ଜଣେ ଓଡ଼ିଆ ଏକ ପ୍ରତିଷ୍ଠିତ ଅନୁଷ୍ଠାନର ନେତୃତ୍ବ ନେବାକୁ ଯାଉଛନ୍ତି। ସେ ହେଉଛନ୍ତି ସିଦ୍ଧାର୍ଥ ମହାନ୍ତି। ତାଙ୍କୁ ଦେଶର ବୃହତ୍ତମ ବୀମା କମ୍ପାନି ଏଲଆଇସିର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ସେ ଏବେ ଏଲଆଇସିର ଅନ୍ତରୀଣ ଅଧ୍ୟକ୍ଷ ତଥା ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ଅଛନ୍ତି। ଆସନ୍ତା ବର୍ଷ ଜୁନ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକା​ଳ ରହିବ।
ଭାରତ ସରକାରଙ୍କ ଏଫଏସଆଇବି (ଫାଇନାନ୍ସିଆଲ ସର୍ଭିସେସ ଇଷ୍ଟିଚ୍ୟୁସନ୍ସ ବ୍ୟୁରୋ) ପକ୍ଷରୁ ଅଧ୍ୟକ୍ଷ ପଦ ପାଇଁ ମହାନ୍ତିଙ୍କ ନାମ ସୁପାରିଶ କରାଯାଇଥିଲା। ଏହାକୁ ଭାରତ ସରକାର ଗ୍ରହଣ କରିଛନ୍ତି। ଏଫଏସଆଇବି ହେଉଛି କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ଅଧିନରେ ଥିବା ଏକ ସ୍ବୟଂ ଶାସିତ ସଂସ୍ଥା ଯାହାକି ରାଷ୍ଟ୍ରାୟତ୍ତ ଆର୍ଥିକ ସଂସ୍ଥା ଓ ବ୍ୟାଙ୍କଗୁଡ଼ିକର ସର୍ବୋଚ୍ଚ ପଦଗୁଡ଼ିକ ଚୟନ କରିଥାଏ। ୧୯୮୫ରେ ଏଲଆଇସିରେ ଯୋଗ ଦେଇଥିବା ଶ୍ରୀ ମହାନ୍ତିଙ୍କୁ ଗତ ୨୦୨୧ ଫେବୃଆରୀରେ ଏଲଆଇସିର ପରିଚାଳନା ନିର୍ଦ୍ଦେଶକ ନିଯୁକ୍ତ କରାଯାଇଥିଲା। ଶ୍ରୀମହାନ୍ତି ଉତ୍କଳ ବିଶ୍ବ ବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ସେ ମଧ୍ୟ ଆଇନ ଓ ବିଜନେସ ମ୍ୟାନେଜମେଣ୍ଟରେ ଡିଗ୍ରୀ ହାସଲ କରିଛନ୍ତି।

Share Now:

Kalinga News Beuro

Next Post

ଆଜି ହାୱଡ଼ା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଟ୍ରାଏଲ ଚଳାଚଳ ଆରମ୍ଭ

Fri Apr 28 , 2023
ଭୁବନେଶ୍ୱର: ଆଜି ହାୱଡ଼ା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଟ୍ରାଏଲ ଚଳାଚଳ ହୋଇଛି। ଆଜି ଓଡ଼ିଶାରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ ହୋଇଛି। ହାୱଡ଼ା- ପୁରୀ ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ହୋଇଛି। ସକାଳ ୬ଟା ୧୦ରେ ହାୱଡ଼ାରୁ ଏହି ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ ହୋଇଥିଲା। ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରେ ୨ ମିନିଟ ଲେଖାଏଁ ଏହି […]
ବନ୍ଦେ-ଭାରତ-1

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial