ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦିଆଯିବ: ‌ମେୟର ସୁଲଚନା ଦାସ

ଜିରୋ କାଜୁଆଲିଟି ଉପରେ ଗୁରୁତ୍ବ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ଭୁବନେଶ୍ୱର ମହାନଗରର ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ଯୋଗ ଦେବେ ବିଦ୍ୟୁତ ବିଭାଗ, ଅଗ୍ନିଶମ ବିଭାଗ, ଜଳ ବିଭାଗ ସମେତ ବିଏମ୍ସିର ଉଚ୍ଚ ପଦାଧିକାରୀମାନେ। ସମ୍ଭାବ୍ୟ ବାତ୍ୟାକୁ ନେଇ ମହାନଗର ନିଗମ ପ୍ରସ୍ତୁତି ଆରମ୍ଭ କରିଥିବା ବେଳେ ମେୟର ସୁଲଚନା ଦାସ ତାଙ୍କର ମତ ରଖି କହିଛନ୍ତି, ‘ବିଏମ୍‌ସିର ସମସ୍ତ ଟିମ୍ ପ୍ରସ୍ତୁତ ରହିଛନ୍ତି। ଆଗରୁ ମଧ୍ୟ ଅନେକ ବାତ୍ୟାକୁ ସାମ୍ନା କରିଛି ରାଜଧାନୀ। ସଜାଗ ଅଛନ୍ତି ସମସ୍ତ ଅଧିକାରୀ। ଆଜି ବୈଠକ ପରେ ନିଷ୍ପତ୍ତି ନିଆଯିବ। ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦିଆଯିବ।’
ଉଲ୍ଲେଖଯୋଗ୍ୟ, ଆସନ୍ତା ୬ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହା ବାତ୍ୟା ‌ରୂପ ନେବ କି ନାହିଁ, ସେନେଇ ଆକଳନ କରାଯାଇ ନଥିବା ବିଭାଗ ପକ୍ଷରୁ କୁହାଯାଇଛି। ସେପଟେ ବାତ୍ୟା ସୃଷ୍ଟି ହେବା ନେଇ ପାଣିପାଗ ଆକଳନକାରୀ ସଂସ୍ଥା ୱିଣ୍ଡିର ଦୁଇଟି ମଡେଲ ପୂର୍ବାନୁମାନ କରିଛନ୍ତି। ମେ’ ୧୨ରୁ ୧୪ ମଧ୍ୟରେ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବା ନେଇ ଜିଏଫଏସ୍ ଓ ଇସିଏମ୍‌ଡବ୍ଲ୍ୟୁଏଫ୍ ମଡେଲ୍‌ ଆକଳନ କରିଛନ୍ତି। ମଡେଲ୍‌ଗୁଡ଼ିକର ଆକଳନକୁ ସମୀକ୍ଷା କରି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରୁଛନ୍ତି ଯେ ୬ରୁ ୭ ତାରିଖ ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଅବପାତ ଓ ଗଭୀର ଅବପାତରେ ପରିଣତ ହୋଇ ‌୧୨ ତାରିଖ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଅଧିକ। ତେବେ ସମ୍ଭାବ୍ୟ ବାତ୍ୟା ନେଇ ୱିଣ୍ଡିର ମଡେ଼ଲ କିଛି ନିର୍ଦ୍ଦିଷ୍ଟ ଟ୍ରାକ୍ ଦେଇ ନାହାଁନ୍ତି।

Share Now:

Kalinga News Beuro

Next Post

ଶ୍ରୀଲିଙ୍ଗରାଜ ମନ୍ଦିରରେ ଅବଢ଼ା ଦର ବେଲଗାମ୍‌ : ଅନନ୍ତ ବାସୁଦେବଙ୍କ ଠାରୁ ୩ଗୁଣା ଅଧିକ

Wed May 3 , 2023
ଭୁବନେଶ୍ୱର: ସମ୍ପ୍ରତି ଶ୍ରୀଲିଙ୍ଗରାଜ ମନ୍ଦିରରେ ଅବଢ଼ା ଦର ବେଲଗାମ୍‌ ହୋଇପଡ଼ିଛି। ଅବଢ଼ାର ଆକାଶଛୁଆଁ ଦରକୁ ନେଇ ଭକ୍ତ ଓ ଶ୍ରଦ୍ଧାଳୁ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ୩ ଶହ ଟଙ୍କାର ଅବଢ଼ାରେ ଜଣଙ୍କ ପେଟ ପୂରୁନାହିଁ। ପ୍ରସାଦ ବିକ୍ରି ନାଁରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଶୋଷଣ କରାଯାଉଛି ବୋଲି ଅଭିଯୋଗ ହେଉଛି। ମାତ୍ର ୨ ଶହ ମିଟର ଦୂରରେ ପ୍ରଭୁ ଅନନ୍ତ ବାସୁଦେବଙ୍କ ଅବଢ଼ା ଦରର ୩ଗୁଣା ଅଧିକରେ […]
ଶ୍ରୀଲିଙ୍ଗରାଜ ମନ୍ଦିରରେ ‘ଅବଢ଼ା ଶୋଷଣ’

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial