ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ ହେବ କାଳବୈଶାଖୀ : ୟେଲୋଓ୍ଵାର୍ଣ୍ଣିଂ ଜାରି

୨୦ ଜିଲ୍ଲାରେ ହେବ କାଳବୈଶାଖୀ

ଭୁବନେଶ୍ୱର: ସଂପ୍ରତି ରାଜ୍ୟ ଉପର ଦେଇ ସମୁଦ୍ର ପତନଠାରୁ ୯ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଛତିଶଗଡ଼ ଛପରେ ଘୂର୍ଣ୍ଣିବଳୟ ପ୍ରବାହିତ ହେଉଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ମଇ ୫ ତାରିଖ ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।
ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଉପରୋକ୍ତ ୨୦ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ଝଡ଼ବର୍ଷା ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରି ନିରାପଦ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି। ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ତାପମାତ୍ରା ବଢ଼ିବ। ୭ ତାରିଖ ବେଳକୁ ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ଛୁଇଁବା ସହ ଦିନର ତାପମାତ୍ରା ୩ ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ ବୋଲି ପୂର୍ବାନୁମାନ କରିଛନ୍ତି ଭୁବନେଶ୍ୱର ପାଣିପାଗ ବିଭାଗ।

Share Now:

Kalinga News Beuro

Next Post

ମଣିପୁରରେ ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି ନିର୍ଦ୍ଦେଶ

Thu May 4 , 2023
ନୂଆଦିଲ୍ଲୀ: ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି କର। ମଣିପୁରରେ ଆଦିବାସୀ ଆନ୍ଦୋଳନ ସମୟରେ ଆରମ୍ଭ ହୋଇଥିବା ହିଂସା ବଢ଼ୁଥିବା ଦେଖି ଏଭଳି ନିର୍ଦ୍ଦେଶ ଦେଲେ ରାଜ୍ୟପାଳ। ବୁଧବାର ଦିନ ହିଂସା ଆରମ୍ଭ ହେବା ପରେ ଏବେ ଏହା ୮ଟି ଜିଲ୍ଲାକୁ ପ୍ରଭାବିତ କରିଛି। ପରିସ୍ଥିତିକୁ ନଜରରେ ରଖି ମଣିପୁରର ରାଜ୍ୟପାଳ କେତେକ ଅଞ୍ଚଳରେ ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର ଏହି ନିର୍ଦ୍ଦେଶ ଦେଇଥିବା […]
ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial