ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ୯ ମିନିଟ ପାଇଁ ଲାଇନ୍ କଟିଲା : ଜାରି ରଖିଲେ ଦୀକ୍ଷାନ୍ତ ଭାଷଣ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ୯ ମିନିଟ ପାଇଁ ଲାଇନ୍ କଟିଲା

ବାରିପଦା: ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ କଟିଗଲା ବିଦ୍ୟୁତ୍।ପାୱାର ଟ୍ରିପ୍ ଯୋଗୁ ଏହି ସମୟରେ ବିଦ୍ୟୁତ୍ ସଂଯୋଗ ବିଛିନ୍ନ ହୋଇଥିଲା। ପୂର୍ବାହ୍ନ ୧୧ଟା ୫୬ ମିନିଟରୁ ୧୨ଟା ୫ ମିନିଟ ଯାଏ ଦୀର୍ଘ ୯ ମିନିଟ ପାଇଁ ଲାଇନ୍ କଟିଯାଇଥିଲା। ବିଜୁଳି ନଥିବାରୁ ସାରା ଅଡିଟୋରିୟମ ଅନ୍ଧାର ଥିବା ଦେଖିବାକୁ ମିଳିଥିଲା। ଏହି ସମୟରେ ଅନ୍ଧାର ଭିତରେ କିନ୍ତୁ ଜାରି ରଖିଥିଲେ ସେ ନିଜର ଦୀକ୍ଷାନ୍ତ ଭାଷଣ। ଲାଇନ ନଥିବା ସତ୍ତ୍ୱେ ସମ୍ପୂର୍ଣ୍ଣ ଅନ୍ଧାରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛାତ୍ର ଛାତ୍ରୀଙ୍କୁ ଉଦବୋଧନ ଦେବା ବନ୍ଦ କରିନଥିଲେ। ଏଥିଲାଗି ତାଙ୍କ ମନରେ ବିରକ୍ତିଭାବ ପରିଲକ୍ଷିତ ହୋଇନଥିଲା। ବରଂ ସେ କହିଥିଲେ, ଆଲୋକ ଓ ଅନ୍ଧକାରକୁ ସମାନ ଭାବରେ ଗ୍ରହଣ କରିବା ଉଚିତ। ‘ଅନ୍ଧାର ଯେତିକି ଆଲୁଅ ସେତିକି ଏହି ଯେ ଗହନ ବନ, ଚାଲିବି ଚାଲିବି ପଡ଼ିବି ଥକି’।
ଏହା ଅବଶ୍ୟ ଭିନ୍ନ କଥା ଯେ ଏଭଳି ଅନିଚ୍ଛାକୃତ ତ୍ରୁଟି ପାଇଁ ଶକ୍ତି ବିଭାଗ ଦୁଃଖ ପ୍ରକାଶ କରିଥିଲା। ସୂଚନା ଓ ଲୋକସଂପର୍କ ବିଭାଗ ମଧ୍ୟ ଏହି ଦୋଷକୁ ସ୍ୱୀକାର କରିଛି। ତେବେ ଏଭଳି ବିଦ୍ୟୁତ୍ ବିଭ୍ରାଟକୁ କେହି ସହଜରେ ଗ୍ରହଣ କରିପାରୁନାହାନ୍ତି। ଏହି ଉତ୍ସବରେ ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍, ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ କୁଳପତି ସନ୍ତୋଷ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

Share Now:

Kalinga News Beuro

Next Post

ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ପରସ୍ପର ବିରୁଦ୍ଧରେ ଅଭିଯୋଗ କଲେ ବିଜେପି ଓ ବିଜେଡି

Sat May 6 , 2023
ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପରସ୍ପର ବିରୁଦ୍ଧରେ ଅଭିଯୋଗ କରିବାକୁ ଭେଟିଛନ୍ତି ବିଜେଡି ଓ ବିଜେପି ଟିମ୍। ବିଜେପିର ଅଭିଯୋଗ ଅନୁଯାୟୀ, ସରକାରୀ ଦଳ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରୁଛି। ମୁକ୍ତ ଅବାଧ ନିର୍ବାଚନ ହେଉ ନାହିଁ। ସରକାରୀ କଳକୁ ନିର୍ବାଚନ ପ୍ରଚାରରେ ଲଗାଉଛି ଶାସକ ଦଳ। ଭୋଟରଙ୍କୁ ପ୍ରଭାବିତ କରାଯାଉଛି। କୋଲାବିରା ବ୍ଲକ ଜିଲ୍ଲାପାଲି ଗ୍ରାମ ପଞ୍ଚାୟତର କମ୍ୟୁନିଟି ରିସୋର୍ସ ପର୍ସନ ଅଶ୍ମିତା […]
ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial