ପୁରୀରୁ ଦୌଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ : ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପୁରୀରୁ ଦୌଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ

ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବନ୍ଦେ ଭାରତ ଏକ୍ସପ୍ରେସର ଫ୍ଲାଗ୍ ଅଫ୍ କରିଛନ୍ତି। ଏହି ଅବସରରେ ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରି ପ୍ରଧାନମନ୍ତ୍ରୀ, କହିଲେ- ଆଜି ଓଡ଼ିଶା ଓ ପଶ୍ଚିମବଙ୍ଗ ଲୋକଙ୍କୁ ବନ୍ଦେ ଭାରତ ଉପହାର ମିଳିଲା। ଏହି ଟ୍ରେନ୍ ଚାଲିବା ଦ୍ୱାରା ପୁରୀ-କୋଲକାତା ଯାତ୍ରା କେବଳ ସାଢ଼େ ୬ ଘଣ୍ଟା ହୋଇଯିବ। ଉଭୟ ରାଜ୍ୟ ମଧ୍ୟରେ ସାଂସ୍କୃତିକ ସଂପର୍କ ଆହୁରି ଘନିଷ୍ଠ ହେବ। ଏହାଦ୍ୱାରା ସମୟ ବଞ୍ଚିବ ଓ ବ୍ୟବସାୟ ବି ବଢ଼ିବ।
ପୁରୀ ରେଳ ଷ୍ଟେସନରେ ଆୟୋଜିତ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଉଦଘାଟନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ଓ ଆଇଟିଡିସି ଅଧ୍ୟକ୍ଷ ଡାକ୍ତର ସମ୍ବିତ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ।
ଉଲ୍ଲେଖଯୋଗ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବନ୍ଦେ ଭାରତ ଏକ୍ସପ୍ରେସ୍ ସହ ଓଡ଼ିଶାରେ ପ୍ରାୟ ୮ ହଜାର କୋଟିରୁ ଅଧିକ ମୂଲ୍ୟର ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ପୁରୀ ଓ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପୁନଃବିକାଶ ହେଉଥିବା ଏହାବ୍ୟତୀତ ଓଡ଼ିଶାରେ ରେଳ ନେଟୱର୍କର ୧୦୦% ବିଦ୍ୟୁତୀକରଣକୁ ଲୋକାର୍ପଣ କରାଯିବାର କାର୍ଯ୍ୟକ୍ରମ ରହିଛି। ଏହା ଅପରେଟିଂ ଓ ରକ୍ଷଣାବେକ୍ଷଣ ମୂଲ୍ୟ ହ୍ରାସ କରିବା ସହ ଆମଦାନୀ ହେଉଥିବା ଅଶୋଧିତ ତୈଳ ଉପରେ ନିର୍ଭରଶୀଳତା କମିବ।

Share Now:

Kalinga News Beuro

Next Post

କାଠଯୋଡ଼ିରେ ମୂର୍ତ୍ତି ବିସର୍ଜନ ମନା, ଡ୍ରେନ୍ ପାଣି ପାଇଁ ଖୋଲା

Thu May 18 , 2023
କଟକ: କଟକ ସହରର ଦୁଇପଟେ ରହିଛି ମହାନଦୀ ଓ କାଠାଯୋଡ଼ି। କିନ୍ତୁ ଖାନନଗର ନିକଟରେ କାଠଯୋଡ଼ି ଓ ଯୋବ୍ରା ନିକଟରେ ମହାନଦୀ ପାଣି କଳା ହୋଇଗଲାଣି। ସ୍ଥିତି ଏମିତି ଯେ ରିଂ’ ବନ୍ଧରେ ସେହି ବାଟଦେଇ ଯିବାବେଳେ ଚାରିଚକିଆ ଗାଡ଼ିରେ ଯାଉଥିବା ଲୋକଙ୍କୁ ବି ନାକରେ ହାତଦେବାକୁ ପଡୁଛି। ବର୍ଷକ ବାରମାସ ଓ ଦିନର ସବୁସମୟରେ ଡ୍ରେନ୍ ପାଣିକୁ ସିଧାସଳଖ କାଠଯୋଡ଼ି ଓ ମହାନଦୀକୁ ଛାଡ଼ି ଦିଆଯାଉଥିବାରୁ ଏବେ ଏଭଳି […]
କାଠଯୋଡ଼ି ପାଣି କଳା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial