ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଯୁବକଙ୍କ ଉନ୍ମତ୍ତକାଣ୍ଡ

ଲୋୟର ପିଏମ୍‌ଜିରେ ଯୁବକଙ୍କ ଉନ୍ମତ୍ତକାଣ୍ଡ

ବେକରେ ଗାମୁଛା ଲଗାଇ ଗଛରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର: ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଯୁବକଙ୍କ ଉନ୍ମତ୍ତକାଣ୍ଡ। ଗଛରେ ଚଢ଼ି ଯିବା ପରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ତେବେ ଯୁବକ ଜଣଙ୍କ କିଏ ଓ କାହିଁକି ଏପରି ଉଦ୍ୟମ କରିଛନ୍ତି ତାହା ଜଣାପଡିନାହିଁ। ନିଶାସକ୍ତ ଅବସ୍ଥାରେ ଏହି ଯୁବକ ଏଭଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ।
ଏବାବଦରେ ଜଣାପଡିବା ପରେ ତୁରନ୍ତ ଘଟଣାସ୍ଥଳରେ କ୍ୟାପିଟାଲ ଓ ଖାରବେଳ ନଗର ଥାନା ପୁଲିସ ସହ ଦମକଳବାହିନୀ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରାଯାଇ ମେଡିକାଲ ପଠାଯାଇଛି। ଡାକ୍ତରୀମଇନା ପରେ ସେ ବ୍ୟକ୍ତି କିଏ ଓ କଣ ପାଇଁ ଏଭଳି ଉଦ୍ୟମ କରୁଥିଲେ ତାହା ଜଣାପଡିବ ବୋଲି ପୁଲିସ କହିଛି।

Share Now:

Kalinga News Beuro

Next Post

ରାଜ୍ୟ କ୍ୟାବିନେଟରେ ୧୮ଟି ପ୍ରସ୍ତାବ ଅନୁମୋଦିତ

Mon May 29 , 2023
ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ ବୈଠକରେ ୧୮ଟି ପ୍ରସ୍ତାବ ଅନୁମୋଦିତ ହୋଇଥିବାର ସୂଚନା ମିଳିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଏଥିରେ ‘ମୋ ଘର’ ଯୋଜନା ଅନୁମୋଦିତ ହୋଇଥିବା ଜଣାଯାଇଛି। ମୋ ଘର ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି ରାଜ୍ୟ ସରକାର। ଏହି ଯୋଜନାରେ ଗ୍ରାମୀଣ ଲୋକଙ୍କୁ ଘର ତିଆରି ପାଇଁ ସହାୟତା ଦେବେ ସରକାର। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ […]
ରାଜ୍ୟ କ୍ୟାବିନେଟରେ ୧୮ଟି ପ୍ରସ୍ତାବ ଅନୁମୋଦିତ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial