ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ନୋଏଡାରେ ଦୁଇଜଣ ସାମ୍ବାଦିକଙ୍କ ମୃତ୍ୟୁ ହୋଇଥିବାର ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏହି ଦୁଇଜଣ ସାମ୍ବାଦିକ କାମ ସାରି ଘରକୁ ଫେରୁଥିବା ବେଳେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିଲେ। ଚିକିତ୍ସା ପାଇଁ ଉଭୟଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରା ଯାଇଥିଲେ ହେଁ ଦୁଇ ସାମ୍ବାଦିକଙ୍କ ମୃତ୍ୟୁ ହୋଇ ଯାଇଥିବା ଡାକ୍ତରଙ୍କ ସୂତ୍ରରୁ ପ୍ରକାଶ। ଏହି ଦୁର୍ଘଟଣା ସମ୍ପର୍କରେ ଖବର ପାଇ ସେକ୍ଟର-୨୪ ଥାନା ପୁଲିସ ଘଟଣାର ଯାଞ୍ଚ ଆରମ୍ଭ କରି ଦେଇଛି। ମୃତ ଦୁଇ ସାମ୍ବାଦିକଙ୍କ ନାମ ଗୌରବ ଓ ମନୋଜ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗତ ରବିବାର ସାମ୍ବାଦିକ ଗୌରବ ଓ ମନୋଜ ଏକ ବାଇକ ଯୋଗେ କାମ ସାରି ଗାଜିଆବାଦସ୍ଥିତ ଘରକୁ ଫେରୁଥିଲେ। ଏହି ସମୟରେ ତାଙ୍କ ବାଇକକୁ ଦ୍ରୁତଗତିରେ ଆସୁଥିବା ଏକ ପିକଅପ ଭ୍ୟାନ ଧକ୍କା ଦେଇଥିଲା। ଏହି ଧକ୍କାରେ ଦୁହେଁ ବାଇକରୁ ରାସ୍ତାକୁ ଛିଟିକି ପଡ଼ି ଗୁରୁତର ଆହତ ହୋଇଥିଲେ। ତେବେ ଏହି ଦୁର୍ଘଟଣା ସମ୍ପର୍କରେ ଖବର ପାଇ ସ୍ଥାନୀୟ ଲୋକ ଓ ସେହି ରାସ୍ତା ଦେଇ ଯାଉଥିବା ଯାତ୍ରୀ ଦୁର୍ଘଟଣାସ୍ଥଳକୁ ଧାଇଁ ଆସି ଦୁହିଁଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଦୁଃଖର ବିଷୟ ଚିକିତ୍ସାଧୀନ ଅବସ୍ଥାରେ ଦୁହିଁଙ୍କ ହସ୍ପିଟାଲରେ ହଁ ମୃତ୍ୟୁ ହୋଇଯାଇଥିଲା। ଏହି ଖବର ପାଇବା ପରେ ସାମ୍ବାଦିକ ମହଲ ସ୍ତବ୍ଧ ହୋଇଯାଇଛି। ଗୌରବ ଓ ମେନାଜଙ୍କ ପରିବାର ଉପରେ ଦୁଃଖର ପାହାଡ ଭାଙ୍ଗି ପଡ଼ିଛି।
ସଡ଼କ ଦୁର୍ଘଟଣାରେ ଚାଲିଗଲା ଦୁଇସାମ୍ବାଦିିକଙ୍କ ପ୍ରାଣ

Share Now: