କୋଲକାତା ଏୟାରପୋର୍ଟରେ ଅଗ୍ନିକାଣ୍ଡ

କୋଲକାତା ଏୟାରପୋର୍ଟରେ ଅଗ୍ନିକାଣ୍ଡ

କୋଲକାତା : କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ଏୟାରପୋର୍ଟରେ ନିଆଁ ଲାଗିଥିବା ସୂଚନା ମିଳିଛି। ଏୟାରପୋର୍ଟର ସିକ୍ୟୁରିଟି ଚେକ-ଇନ କାଉଣ୍ଟର ଅଞ୍ଚଳରେ ନିଆଁ ଲାଗିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ୩ଟି ଦମକଳ କର୍ମୀମାନେ ପହଞ୍ଚି ନିଆଁ ଲିଭାଇଥିଲେ। କିଛି ସମୟ ପରେ ନିଆଁକୁ ଆୟତ୍ତ କରାଯାଇଥିଲା।
ମିଳିଥିବା ସୂଚନା ଅନୁସାରେ ଏୟାରପୋର୍ଟର ସିକ୍ୟୁରିଟି ଚେକ-ଇନ ନିକଟରେ ଥିବା ଡି-ପୋର୍ଟାଲ ଏରିଆରେ ରାତି ୯ଟା ୧୦ ମିନିଟରେ ନିଆଁ ଲାଗିଥିଲା। ଡି-ପୋର୍ଟାଲ ଏରିଆରେ ଯାତ୍ରୀମାନଙ୍କୁ ବୋର୍ଡିଂ ପାସ ଦିଆଯାଇଥାଏ। ନିଆଁ ଲାଗିବା ପରେ ସେହି ଅଞ୍ଚଳରେ ଥିବା କର୍ମଚାରୀ ଓ ଯାତ୍ରୀମାନଙ୍କୁ ତୁରନ୍ତ ସୁରକ୍ଷିତ ସ୍ଥାନକୁ ନିଆଯାଇଥିଲା। ତେବେ ଏହି ଘଟଣାରେ କାହାର କୌଣସି କ୍ଷତି ହୋଇନାହିଁ। ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଜଣାପଡ଼ିନାହିଁ। ତଦନ୍ତ ପରେ ଏହା ଜଣାପଡ଼ିବ ବୋଲି ଏୟାରପୋର୍ଟ ପକ୍ଷରୁ କୁହାଯାଇଛି। ତେବେ ଇଲେକ୍ଟ୍ରିକ ସର୍ଟ ସର୍କିଟ ଯୋଗୁଁ ଏହା ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। ଏହି ଅଗ୍ନିକାଣ୍ଡ ପରେ ଚେକ-ଇନ ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି ବୋଲି ଏୟାରପୋର୍ଟ ପକ୍ଷରୁ କୁହାଯାଇଛି।

Share Now:

Kalinga News Beuro

Next Post

ଓଡ଼ିଶାରେ ଆହୁରି ୪ରୁ ୫ ଦିନ ଯାଏ ଜାରି ରହିବ ଗ୍ରୀଷ୍ମପ୍ରବାହ

Thu Jun 15 , 2023
ଭୁବନେଶ୍ୱର: ରାଜ୍ୟରେ ଆଜି ମଧ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏନେଇ ସୂଚନା ଦେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ଗତ ଦୁଇଦିନ ତୁଳନାରେ ରାଜ୍ୟକୁ ପ୍ରବାହିତ ହେଉଥିବା ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ଉତ୍ତପ୍ତ ବାୟୁ ଅଧିକ ସକ୍ରିୟ ଥିବାରୁ ଉପକୂଳ ଓଡ଼ିଶାରେ ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ତାପମାତ୍ରା ଦୃଷ୍ଟାନ୍ତମୂଳକ ବୃଦ୍ଧି ସମ୍ଭାବନା ରହିଛି। ଏହା ବ୍ୟତୀତ ଗ୍ରୀଷ୍ମପ୍ରବାହ ରାଜ୍ୟରେ ୪ରୁ ୫ ଦିନ […]
୫ ଦିନ ଯାଏ ଜାରି ରହିବ ଗ୍ରୀଷ୍ମପ୍ରବାହ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial