ଅଗ୍ରସର ହେଉଛି ମୌସୁମୀ : ୨୪ଘଣ୍ଟାରେ ୨୦ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା

୨୦ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସଂପ୍ରତି କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ, ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଆଉ କିଛି ଅଞ୍ଚଳକୁ ଅଗ୍ରସର ହୋଇଛି। ଗାଙ୍ଗେୟ ଉପତ୍ୟକାର ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡର କିଛି ଅଂଶ ବିହାରର ଆଉ କିଛି ଅଂଶ ଏବଂ ଉପ-ହିମାଳୟ ପଶ୍ଚିମବଙ୍ଗ ଏବଂ ସିକ୍କିମର ଅବଶିଷ୍ଟ ଅଂଶକୁ ଆଜି (ଜୁନ୍‌ ୧୯) ଅଗ୍ରସର ହେଉଛି। ଏହି କ୍ରମରେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି। ଯଦି ସ୍ଥିତି ଅପରିବର୍ତ୍ତିତ ରହେ ତେବେ ୨୦- ୨୧ ତାରିଖ ଠାରୁ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଯିବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୦ ତାରିଖ ମଙ୍ଗଳବାର ଅପରାହ୍ନ ମଧ୍ୟରେ ରାଜ୍ୟର ୨୦ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୦ ତାରିଖ ମଙ୍ଗଳବାର ଅପରାହ୍ନ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କେରାପୁଟ ଓ ମାଲକାନଗିରି ପ୍ରଭୃତି ୨୦ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି। ଏହି ସମୟ ମଧ୍ୟରେ ଟୁଇନ୍‌ ସିଟି ଭୁବନେଶ୍ୱର ଓ କଟକ ଏବଂ ଏହାର ଆଖପାଖ ଅଞ୍ଚଳରେ ଅପରାହ୍ନ/ସନ୍ଧ୍ୟାରେ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଆସନ୍ତା କାଲି (ଜୁନ୍‌ ୨୦, ମଙ୍ଗଳବାର) ପଶ୍ଚିମ ଓଡ଼ିଶାର ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁର ଜିଲ୍ଲାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବାର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Share Now:

Kalinga News Beuro

Next Post

ଦୀପାବଳିରେ ନ୍ୟୁୟର୍କରେ ସ୍କୁଲ ଛୁଟି ରହିବ : ଗୃହୀତ ହେଲା ବିଲ୍

Mon Jun 19 , 2023
ନ୍ୟୁୟର୍କ : ଆମେରିକାର ପେନ୍ସିଲଭାନିଆ ପରେ ନ୍ୟୁୟର୍କରେ ମଧ୍ୟ ଦୀପାବଳିରେ ସ୍କୁଲ ଛୁଟି ରହିବ। ଏ ନେଇ ନ୍ୟୁୟର୍କ ରାଜ୍ୟ ବିଧାନସଭାରେ ଏକ ବିଲ୍ ଗୃହୀତ ହୋଇଛି। ନ୍ୟୁୟର୍କ ରାଜ୍ୟ ବିଧାନସଭା ଗତ ସପ୍ତାହରେ ଏହି ବିଲ୍ ଆଗତ ହୋଇଥିଲା। ଗତ ସପ୍ତାହରେ ଅଧିବେଶନ ଶେଷ ହେବା ପୂର୍ବରୁ ଉଭୟ ସିନେଟ୍ ଓ ବିଧାନସଭାରେ ମତଦାନ ହୋଇଥିଲା। ଏବେ ଏ ସଂକ୍ରାନ୍ତରେ ଆଇନ ପ୍ରଣୟନ ପାଇଁ ଗଭର୍ଣ୍ଣର କ୍ୟାଥି ହୋଚୁଲଙ୍କ […]
ଦୀପାବଳିରେ ନ୍ୟୁୟର୍କରେ ସ୍କୁଲ ଛୁଟି

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial