ରବିବାର ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ : ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ନିକଟବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଏକ ଲଘୁଚାପରେ ପରିଣତ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେବଳ ଭାରତୀୟ ପାଣିପାଗ ବିଭାଗ ନୁହେଁ, ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ବି ଏହି ଲଘୁଚାପ ସଂପର୍କରେ ସୂଚନା ଦେଇଛି।
ପାଣିପାଗ କେନ୍ଦ୍ରର ମଧ୍ୟାହ୍ନ ବୁଲେଟିନରେ କୁହାଯାଇଛି ଯେ ଏହି ଲଘୁଚାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ୨୫ ତାରିଖ ବେଳକୁ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ବିଭାଗ ପକ୍ଷରୁ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରପଡ଼ା,କଟକ, ଢେଙ୍କାନାଳ ଆଦି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି। ସେହିପରି ପରବର୍ତ୍ତୀ ୨ ଦିନରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୭ ଓ ୨୮ ତାରିଖ ବେଳକୁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକ ପାଇଁ ୟେଲୋ (ହଳଦିଆ) ୱାର୍ଣ୍ଣି ଜାରି କରାଯାଇଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି।

Share Now:

Kalinga News Beuro

Next Post

ଯମୁନୋତ୍ରୀ ଓ ଗଙ୍ଗୋତ୍ରି ନଦୀରୁ ବାହାରିଲାଣି ୭ କୁଇଣ୍ଟାଲ ଶାଢି

Sat Jun 24 , 2023
ନଦୀଗର୍ଭ ପ୍ରଦୂଷିତ କରୁଛନ୍ତି ଶ୍ରଦ୍ଧାଳୁ ତୀର୍ଥଯାତ୍ରୀ ଡେରାଡୁନ: ଉତ୍ତରଖଣ୍ଡରେ ଏବେ ଚାରିଧାମ ଯାତ୍ରା ଜାରି ରହିଛି। ଯମୁନୋତ୍ରୀ, ଗଙ୍ଗୋତ୍ରି, କେଦାରନାଥ ଓ ବଦ୍ରୀନାଥ ଯାତ୍ରାକୁ ଚାରି ଧାମ ଯାତ୍ରା କୁହାଯାଉଥିବାବେଳେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏହି ଯାତ୍ରା କରନ୍ତି। ତେବେ ଏହି ସମୟ ମଧ୍ୟରେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ବାସ୍ତବରେ, ଚାରି ଧାମ ଯାତ୍ରାରେ ଆସୁଥିବା ତୀର୍ଥଯାତ୍ରୀମାନେ ନଦୀରେ ବହୁ ପରିମାଣର ପିନ୍ଧା ଲୁଗା ଫୋଫାଡିଥିବାର ଜଣାପଡିଛି। […]
ନଦୀରୁ ଏଯାଏଁ ବାହାର କରାଗଲାଣି ୭ କୁଇଣ୍ଟାଲ ଶାଢି

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial