ସକ୍ରିୟ ହେଲା ଦୁର୍ବଳ ମୌସୁମୀ : ଆଜିଠୁ ୫ ଦିନ ବର୍ଷିବା ସମ୍ଭାବନା

ସକ୍ରିୟ ହେଲା ଦୁର୍ବଳ ମୌସୁମୀ

ଭୁବନେଶ୍ୱର: ମୌସୁମୀ ନିମ୍ନ ଚାପ ରେଖା ଆଜି (ମଙ୍ଗଳବାର) ରାଜସ୍ଥାନର ଗଙ୍ଗାନଗରରୁ ବାହାରି, ଦିଲ୍ଲୀ, ଆଲିଗଡ, ହମିରପୁର, ପ୍ରୟାଗରାଜ, ଡାଲଟନଗଞ୍ଜ, ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ୱର ଦେଇ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଅନ୍ୟପକ୍ଷରେ ଦକ୍ଷିଣ- ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି ଏବଂ ସମୁଦ୍ର ପତନଠାରୁ ୧.୫ରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ- ପଶ୍ଚିମ ଦିଗକୁ ଗତି କରିବା ସହ ସକ୍ରିୟ ରହିଛି। ଏହାର ପ୍ରଭାବରେ ଦୁର୍ବଳ ହୋଇପଡ଼ିଥିବା ମୌସୁମୀ ପୁନର୍ବାର ସ୍ୱାଭାବିକ ସ୍ଥିତିକୁ ଫେରିବ ଏବଂ ଆଜିଠୁ (ମଙ୍ଗଳବାର) ରାଜ୍ୟର ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏବଂ ୬ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବା ସହ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୫ ଜୁଲାଇ, ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାର ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସମୟ ମଧ୍ୟରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ମେଘାଛନ୍ନ ରହିବା ସହ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ଅସରାଏ, ଦୁଇଅସରା ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

Share Now:

Kalinga News Beuro

Next Post

କିଛି ଦେଶ ଆତଙ୍କବାଦୀଙ୍କୁ ଆଶ୍ରୟ ଦେଉଛନ୍ତି : ପାକିସ୍ତାନର ନାମ ନ ନେଇ ଟାର୍ଗେଟ କଲେ ମୋଦୀ

Tue Jul 4 , 2023
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସାଂଘାଇ ସହଯୋଗ ସଂଗଠନ (ଏସସିଓ)ର ଶିଖର ସମ୍ମିଳନୀ ବୈଠକରେ ଯୋଗ ଦେଇଛନ୍ତି। ଏହି ବୈଠକରେ ଋଷ ଏବଂ ଚୀନ୍ ସମେତ ଏସସିଓ ସଦସ୍ୟ ଦେଶମାନେ ଅଂଶଗ୍ରହଣ କରିଥିଲେ। ବୈଠକକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଏହି ସମୟରେ ବିଶ୍ୱ ବିବାଦ, ଉତ୍ତେଜନା ଏବଂ ମହାମାରୀ ଦ୍ୱାରା ଘେରି ରହିଛି, ଏଭଳି ପରିସ୍ଥିତିରେ ଆମକୁ ଏକାଠି କାମ କରିବାକୁ ପଡିବ। […]
କିଛି ଦେଶ ଆତଙ୍କବାଦୀଙ୍କୁ ଆଶ୍ରୟ ଦେଉଛନ୍ତି

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial