ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ : ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଉପକୂଳ ଅଞ୍ଚଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଉପକୂଳରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଓଡ଼ିଶା, ଛତିଶଗଡ଼, ଆନ୍ଧ୍ରପ୍ରଦେଶରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ କହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଭଲ ଭାବେ ଚିହ୍ନିତ ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ କ୍ଷେତ୍ରର କିଛି ଅଂଶ ଉପକୂଳର ସାମାନ୍ୟ ନିକଟତର ହୋଇପାରେ କିନ୍ତୁ ଅଧିକାଂଶ ସମୁଦ୍ର ଉପରେ ରହିବ। ସ୍କାଏମେଟ୍ ପକ୍ଷରୁ କୁହାଯାଇଛି ଯେ ଏହି ଲଘୁଚାପ ଉପରେ ନଜର ରଖାଯିବା ଆବଶ୍ୟକ, କାରଣ ଏହା ଆଗକୁ ଆହୁରି ଘନୀଭୂତ ହୋଇ ଏକ ଅବପାତ ବା ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ରହିଛି।
ଏହି ଲଘୁଚାପ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶର କେନ୍ଦ୍ରୀୟ ଅଞ୍ଚଳରେ ସକ୍ରିୟ ରହିବ। ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶା, ଛତିଶଗଡ଼, ତେଲେଙ୍ଗାନା, ମହାରାଷ୍ଟ୍ର (ମୁମ୍ବାଇ ସମେତ), ମଧ୍ୟପ୍ରଦେଶର ଦକ୍ଷିଣ ଭାଗ, ଦକ୍ଷିଣ ରାଜସ୍ଥାନ ଏବଂ ଦକ୍ଷିଣ ଓ କେନ୍ଦ୍ରୀୟ ଗୁଜରାଟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କଚ୍ଛ ବାହାରେ କୋଙ୍କଣ, ଉତ୍ତର ମଧ୍ୟ ମହାରାଷ୍ଟ୍ର, ଦକ୍ଷିଣ-ପଶ୍ଚିମ ମଧ୍ୟପ୍ରଦେଶ, ଦକ୍ଷିଣ-ପୂର୍ବ ରାଜସ୍ଥାନ ଏବଂ ଗୁଜରାଟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Share Now:

Kalinga News Beuro

Next Post

୨୩ରୁ ହୀରାକୁଦରୁ ନିଷ୍କାସନ ହେବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

Thu Jul 20 , 2023
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ଯୋଗୁଁ କ୍ରମାଗତ ଭାବରେ ଜଳସ୍ତର ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ନଦୀବନ୍ଧରୁ ଚଳିତ ମାସ ୨୩ ତାରିଖରେ ପ୍ରଥମ ଥର ପାଇଁ ବନ୍ୟାଜଳ ଛଡାଯିବ। ସକାଳ ୯ଟା ସମୟରେ ଏହି ବନ୍ୟାଜଳ ନିଷ୍କାସନ କରାଯିବ ବୋଲି ବୁର୍ଲାସ୍ଥିତ ‘ହୀରାକୁଦ ହେଡ ୱାର୍କ୍ସ ଏବଂ ଅତିରିକ୍ତ ସ୍ପିଲୱେ’ର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ସୁଶୀଳ ବେହେରା ଏହି ସୂଚନା ଦେଇଛନ୍ତି। ଶ୍ରୀ […]
ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସନ ହେବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial