ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କମିଶନରେଟ ପୁଲିସର ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ତ୍ରିସ୍ତରୀୟ ସୁରକ୍ଷା

ଭୁବନେଶ୍ୱର: ଆସନ୍ତା ୨୫ ତାରିଖରେ ଓଡିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତିନିଦିନିଆ ଓଡିଶା ଗସ୍ତରେ ତାଙ୍କର ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ୨୫ ତାରିଖରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ରାଜଭବନରେ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି। ୨୬ ତାରିଖରେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ୨୭ ତାରିଖରେ ଭୁବନେଶ୍ୱର ତମାଣ୍ଡୋ ଦାସବାଟିଆରେ ପ୍ରଜାପିତା ବ୍ରହ୍ମ କୁମାରୀର ଡିଭାଇନ ଲାଇଟ ହାଉସର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ବାଲିଆପଡ଼ାରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ।
ରାଷ୍ଟ୍ରପତିଙ୍କ ଗସ୍ତ ନେଇ କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଅତିରିକ୍ତ ଡିସିପି ପିକେ ରାଉତ କହିଛନ୍ତି ଯେ ବ୍ଲୁ ବୁକ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରିଛି କମିଶନରେଟ ପୁଲିସ। ଏଥି ସହିତ ଟ୍ରାଫିକ ବ୍ୟବସ୍ଥାକୁ କଡାକଡି କରାଯାଇଛି। ଗସ୍ତ ସମୟରେ ରୁଟରେ ବ୍ଲକିଙ୍ଗ କରାଯିବ। ସାଙ୍ଗେ ସାଙ୍ଗେ ବ୍ଲକିଙ୍ଗ ହଟାଯିବ ଯେଭଳିକି ସାଧାରଣ ଲୋକ ସମସ୍ୟାର ସମ୍ମୁଖୀନ ହେବେ ନାହିଁ।

Share Now:

Kalinga News Beuro

Next Post

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ କଲେ ସଂଯୁକ୍ତା ମହଲ

Sat Jul 22 , 2023
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ବ୍ୟକ୍ତିଗତ ଓ ରାଜନୈତିକ ସମସ୍ୟା ନେଇ ଆଜି ଅଭିଯୋଗ କରିଛନ୍ତି ବିଜେଡି ନେତ୍ରୀ ସଂଯୁକ୍ତା ମହଲ। ପୋଲସରା ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ସହ ସମ୍ପର୍କ ଥିବାର ଅଭିଯୋଗ ଆଣି ଚର୍ଚ୍ଚାକୁ ଆସିଥିବା ସଂଯୁକ୍ତା ମହଲ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ କରିବା ପରେ କହିଛନ୍ତି ଯେ ସମସ୍ୟାର ସମାଧାନ ହେବା ନେଇ ପ୍ରତିଶୃତି ମିଳିଛି। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ନେଇ ପ୍ରତିଶୃତି […]
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ କଲେ ସଂଯୁକ୍ତା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial