୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି (ବୁଧବାର) ଆହୁରି ଘନୀଭୂତ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ଏବଂ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନଚାପ ରେଖା ଆଜି ରାଜସ୍ଥାନର ଯଶେଲମେରରୁ ବାହାରି କୋଟା, ରାଇସେନ, ମାଣ୍ଡଲା, ଦୁର୍ଗ ଏବଂ ପଶ୍ଚିମ କେନ୍ଦ୍ରୀୟ ତତ୍‌-ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର- ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ- ଓଡିଶା ଉପକୂଳରେ ସକ୍ରିୟ ସୁଦୃଶଃ ଲଘୁଚାପ କ୍ଷେତ୍ରର କେନ୍ଦ୍ରରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୧.୫ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୭ ଜୁଲାଇ, ଗୁରୁବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୨ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହଥିବା ବେଳେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ମାଲକାନଗିରି ପ୍ରଭୃତି ୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ କମଳା ଚେତାବନୀ ବା ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ପ୍ରଭୃତି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂଜାରି କରିଛି ପାଣିପାଗ ବିଭାଗ। ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ବୁଧବାର) ସକାଳୁ ଆକାଶ ମେଘାଛନ୍ନ ରହିବା ସହ ତୁହାକୁ ତୁହା ବର୍ଷା ଲାଗି ରହିଥିବା ବେଳେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି। ସକ୍ରିୟ ଲଘୁଚାପ ଏବଂ ଶକ୍ତିଶାଳୀ ମୌସୁମୀ ପ୍ରବାହ ହେତୁ ଓଡିଶା ଉପକୂଳର ଆଖପାଖ ଅଞ୍ଚଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତ-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୮ ତାରିଖ ଯାଏଁ ଝଡପବନ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ବୋହିବାର ସମ୍ଭାବନା ରହିଛି। ତେଣୁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ସମ୍ପୂର୍ଣ ବାରଣ କରାଯାଇଛି।

Share Now:

Kalinga News Beuro

Next Post

ଭାଙ୍ଗିଲା ମାଇନର୍‌ କେନାଲ ବନ୍ଧ : ଗାଁ ଦାଣ୍ଡରେ ପାଣି, ବିଲ ଶୁଖିଲା

Wed Jul 26 , 2023
ବାଲିଅନ୍ତା : ଆଜି ସକାଳେ ଗୋପ କେନାଲରୁ ବାହାରିଥିବା ମାଇନର୍‌ କେନାଲ ବନ୍ଧ ଭାଙ୍ଗିଯିବାରୁ ସ୍ଥାନୀୟ ଡିହବାଲିଅନ୍ତା ମଝିଗଡ଼ ଗାଁରେ ପାଣି ପଶି ବନ୍ୟା ପରିସ୍ଥିତି ସୃଷ୍ଟି କରିଥିଲା। ଗାଁ ଦାଣ୍ଡ ବୁଡ଼ିଯିବାରୁ ଲୋକେ ସ୍ବାଭାବିକ ଭାବେ ଯାତାୟାତ କରିପାରିନଥିଲେ। ଏଣେ ଗାଁ ଦାଣ୍ଡରେ ବନ୍ୟା ସୃଷ୍ଟି ହୋଇଥିବା ବେଳେ ତଳମୁଣ୍ଡ ଜମିକୁ ପାଣି ଯାଇପାରିନଥିଲା। ଖବର ପାଇ ଜଳସମ୍ପଦ ବିଭାଗ କର୍ମଚାରୀମାନେ ବାଲିବସ୍ତା ପକାଇ ବନ୍ଧ ମରାମତି କରିଥିଲେ […]
ଭାଙ୍ଗିଲା ମାଇନର୍‌ କେନାଲ ବନ୍ଧ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial