ବଙ୍ଗୋପସାଗରରେ ପୁଣି ଲଘୁଚାପ : ୫ ଦିନ ପର୍ଯ୍ୟନ୍ତ ବର୍ଷିବ

ବଙ୍ଗୋପସାଗରରେ ପୁଣି ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଗାତାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାରେ ଲାଗିଛି। କିଛି ଦିନ ତଳେ ସୃଷ୍ଟ ଲଘୁଚାପ ରାଜ୍ୟରେ ଭଲ ବର୍ଷା କରାଇ ଦୁର୍ବଳ ହେବା ପରେ ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ରଟି ଉତ୍ତର-ଓଡ଼ିଶା ଓ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଏକ ଲଘୁଚାପରେ ପରିଣତ ହୋଇସାରିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ମୟୁରଭଞ୍ଜ, ଯାଜପୁର, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଓ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ଜୁଲାଇ ୩୧ ସୁଦ୍ଧା ରାଜ୍ୟର କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଭଦ୍ରକ, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଓ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ଏପରି ସ୍ଥିତି ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ।

Share Now:

Kalinga News Beuro

Next Post

ମଣିପୁର ହିଂସା ପଛରେ ବିଦେଶୀ ଏଜେନ୍ସି : ପୂର୍ବତନ ସେନା ମୁଖ୍ୟ

Sat Jul 29 , 2023
ନୂଆଦିଲ୍ଲୀ: ମଣିପୁର ହିଂସାକୁ ନେଇ ଏବେ ସାରା ଦେଶରେ ତାତି ରହିଛି। ମଣିପୁର ହିଂସା ପାଇଁ ସଂସଦର ମୌସୁମୀ ଅଧିବେଶନ ବି ସୁରୁଖୁରୁରେ ଚାଲିପାରୁନାହିଁ। ବିରୋଧୀମାନେ ହଟଗୋଳ କରି ଉଭୟ ଲୋକସଭା ଓ ରାଜ୍ୟସଭାକୁ ଠପ କରିଦେଇଥିବାବେଳେ ପୂର୍ବତନ ସେନା ମୁଖ୍ୟ ଜେନେରାଲ (ଅବସରପ୍ରାପ୍ତ) ଏମଏମ ନରଭାନେ ମଣିପୁର ହିଂସାରେ ବିଦେଶୀ ଏଜେନ୍ସିର ସମ୍ପୃକ୍ତି ନେଇ ସନ୍ଦେହ ପ୍ରକଟ କରିଛନ୍ତି। ସେ କହିଛନ୍ତି ଯେ ମଣିପୁର ହିଂସାରେ ବିଦେଶୀ ଏଜେନ୍ସିର […]
ମଣିପୁର ହିଂସା ପଛରେ ବିଦେଶୀ ଏଜେନ୍ସି

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial