ଶେଷ ହେଲା ରାଜ୍ୟ କ୍ୟାବିନେଟ ବୈଠକ : ୧୯ ପ୍ରସ୍ତାବ ଉପରେ ଲାଗିଲା ମୋହର

ଶେଷ ହେଲା ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି। ଏଥିରେ ୧୯ ପ୍ରସ୍ତାବ ଉପରେ ଲାଗିଛି କ୍ୟାବିନେଟ ମୋହର। ଏଥିମଧ୍ୟରେ ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନାକୁ ମଞ୍ଜୁରି ମିଳିଛି। ଆସନ୍ତା ୩ ବର୍ଷ ମଧ୍ୟରେ ୧ ଲକ୍ଷ ଯୁବକଯୁବତୀଙ୍କୁ ଦକ୍ଷ କରାଯିବା ନେଇ ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ଏଥିପାଇଁ ଖର୍ଚ୍ଚ ହେବ ୩୮୫ କୋଟି ଟଙ୍କା। ଉନ୍ନତ ମାନର ପ୍ରଶିକ୍ଷଣ, ଶିଳ୍ପ ସଂଯୋଗ କୁ ପ୍ରୋତ୍ସାହିତ, ନିଯୁକ୍ତି ଦକ୍ଷତା କ୍ଷେତ୍ରରେ ଏହା ସହାୟକ ହେବ। ଯୁବ ବର୍ଗଙ୍କ ପାଇଁ ନୂତନ ଦକ୍ଷତା ଏବଂ ଛାତ୍ର ଛାତ୍ରୀଙ୍କ ପାଇଁ ଆଡ ଅନ ସ୍କିଲ ପାଠ୍ୟକ୍ରମ, ଉଚ୍ଚ ଶିକ୍ଷିତ ଯୁବକ ଯୁବତୀମାନଙ୍କ ପାଇଁ ଡିଜିଟାଲ- ଇ ପାଠ୍ୟକ୍ରମ ରଖାଯିବ।
ଏହାଛଡ଼ା ରାଜ୍ୟର ୩୦ଟି ଜିଲ୍ଲାରେ କାର୍ଯ୍ୟକାରୀ ହେବାକୁ ଥିବା ଦକ୍ଷତା ବିକାଶ ପାଇଁ ସୁଯୋଗ ଦିଆଯିବ। ନାଇଜର ପରିସରରେ ହେବ କ୍ୟାନ୍ସର ହସ୍ପିଟାଲ। ଟାଟା ମେମୋରିଆଲ ପକ୍ଷରୁ ପ୍ରତିଷ୍ଠା ହେବ କ୍ୟାନ୍ସର ହସ୍ପିଟାଲ। ଏଥିଲାଗି ୪୮.୮୪୨ ଏକର ଜମି ପ୍ରଦାନ କରିବେ ସରକାର। ଅସ୍ତରଙ୍ଗ, ଗୋପ, କାକଟପୁର, ଡେଲାଙ୍ଗ, ପୁରୀ ସଦର ଓ ସତ୍ୟବାଦୀରେ ହେବ ପାନୀୟ ଜଳ ପ୍ରକଳ୍ପ। ମାଣ୍ଡିଆର ପ୍ରଚାର ପ୍ରସାର ପାଇଁ ସ୍ୱତନ୍ତ୍ର ଯୋଜନାକୁ ମଧ୍ୟ ମଞ୍ଜୁରି ମିଳିଛି। ସ୍ୱତନ୍ତ୍ର ଯୋଜନା ପାଇଁ କ୍ୟାବିନେଟରେ ଅର୍ଥ ମଞ୍ଜୁରି, ଓଡ଼ିଶା ମୋବାଇଲ ଟାୱାର ଓ ଟେଲିଗ୍ରାଫ ନୀତିରେ ସଂଶୋଧନକୁ ମଞ୍ଜୁରି ବ୍ୟାଙ୍କ ଶାଖା ନଥିବା ପଞ୍ଚାୟତକୁ ମିଳିବ ବ୍ୟାଙ୍କିଙ୍ଗ ସୁବିଧା ଦିଆଯିବ। ରାଜ୍ୟର ୪୩୭୩ ପଞ୍ଚାୟତରେ ସିଏସପି ପ୍ଲସ ବ୍ୟାଙ୍କିଙ୍ଗ ଆଉଟଲେଟ ଖୋଲିବା ପ୍ରସ୍ତାବରେ ମୋହର ଲାଗିଛି।

Share Now:

Kalinga News Beuro

Next Post

"କଳିଙ୍ଗ ନ୍ୟୁଜ"ର ପ୍ରଭାବ : ଗୋଟିଏ ଦିନରେ ହେଲା ପଟିଆ-ଶ୍ରୀବିହାର-ଶବରସାହି-ଡମଣା ଗାଁ ରାସ୍ତା

Fri Aug 11 , 2023
ଚନ୍ଦ୍ରଶେଖରପୁର: ଦୀର୍ଘ ବର୍ଷ ଧରି ଲାଗିରହିଥିବା ପଟିଆ-ଶ୍ରୀବିହାର-ଶବରସାହି-ଡମଣା ଗାଁ ରାସ୍ତା ସମସ୍ୟାର ସମାଧାନ ଦିଗରେ ପ୍ରଶାସନ ପଦକ୍ଷେପ ନେଇଛି। ଗତ ୮ ତାରିଖରେ “କେବେ ସୁଧୁରିବ ପଟିଆ-ଶ୍ରୀବିହାର-ଶବରସାହି-ଡମଣା ଗାଁ ରାସ୍ତା?” ଶୀର୍ଷକ ଖବର “କଳିଙ୍ଗ ନ୍ୟୁଜ”ରେ ପ୍ରକାଶ ପରେ ପ୍ରଶାସନିକ ଅଧିକାରୀମାନେ ତତ୍ପରତା ପ୍ରକାଶ କରିବା ସହ ଡମଣା ଗ୍ରାମ ମୁଖ୍ୟ ରାସ୍ତାର ଉନ୍ନତୀକରଣ କରିଛନ୍ତି। ବିଏମ୍‌ସି କମିସନର ବିଜୟ ଅମୃତା କୁଲାଙ୍ଗେ ଘଟଣାସ୍ଥଳ ପରିଦର୍ଶନ କରିବା ସହ ରାସ୍ତା […]
ଗୋଟିଏ ଦିନରେ ହେଲା ଡମଣା ଗାଁ ରାସ୍ତା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial