ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା : ୧୫ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି

୧୫ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ଜାରି ହେବାପରେ ସ୍ୱତନ୍ତ୍ର ରିଲିଫ୍ କମିସନର ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କୁ ‌ପରିସ୍ଥିତିର ମୁକାବିଲା ଲାଗି ଚିଠି ଲେଖିଛନ୍ତି। ସୂଚନା ଅନୁସାରେ ମୁଖ୍ୟତଃ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ସମୂହରେ ମଧ୍ୟମ ଧରଣର ବର୍ଷା ଓ କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ମୟୁରଭଞ୍ଜ ଓ ସମ୍ବଲପୁର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତାକାଲି (୧୩ ତାରିଖ, ରବିବାର) ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଜଗତସିଂହପୁର ଓ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ,ଅନଗୁଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ବି ରହିଛି। ଏହି କାରଣରୁ ଉକ୍ତ ଅଞ୍ଚଳରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୪ ତାରିଖରେ କଳାହାଣ୍ଡି, ବଲାଙ୍ଗୀର ଓ ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଦେବଗଡ଼, କେନ୍ଦୁଝର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ସୋମବାର ଏହି ସବୁ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ଆଶଙ୍କା ରହିଛି।
ଆଜି ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ପ୍ରଭୃତି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତ ହୋଇଥିବା ସୂଚନା ରହିଛି।

Share Now:

Kalinga News Beuro

Next Post

ଭଙ୍ଗା କାଚବୋତଲରେ ଯୁବକ ଗୁରୁତର : ରାଜଧାନୀ ଚିକିତ୍ସାଳୟରେ ଭର୍ତ୍ତି

Sat Aug 12 , 2023
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ରାଜରାସ୍ତା ଦିନକୁଦିନ ଅସୁରକ୍ଷିତ ହୋଇଯାଇଛି। ସହରର ଜନଗହଳିପୂର୍ଣ୍ଣ ଛକ ଓ ସ୍ଥାନ‌କୁ ସିସିଟିଭି କ୍ୟାମେରା ନଜର ରଖିବା ଓ କମିସନରେଟ ପୁଲିସର ଉପସ୍ଥିତ ଥିବା ବେଳେ ଅସାମାଜିକ ବ୍ୟକ୍ତିମାନେ ଏହାକୁ ଆଦୌ ଖାତିର କରୁନାହାନ୍ତି। ଶନିବାର ଅପରାହ୍ନରେ ସ୍ଥାନୀୟ ମାଷ୍ଟରକ୍ୟାଣ୍ଟିନ ଛକରେ ଘଟିଥିବା ଏକ ଅଭାବନୀୟ ଘଟଣା ଏହାକୁ ପ୍ରମାଣିତ କରୁଛି। ଏଠାରେ ଗୁରୁତର ଆହତ ହୋଇଥିବା ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ […]
ଭଙ୍ଗା କାଚବୋତଲରେ ଯୁବକ ଗୁରୁତର

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial