୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ ଅତି ପ୍ରବଳ ବର୍ଷା : ଅରେଞ୍ଜ ସହ ୟେଲୋଓ୍ଵାର୍ଣ୍ଣିଂ ଜାରି

୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷିବ

ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ ସମୁଦ୍ର ପତ୍ତନରେ ମୌସୁମୀ ଟ୍ରଫର ପଶ୍ଚିମ ପ୍ରାନ୍ତ ହିମାଳୟ ପାଦଦେଶ ନିକଟରେ ରହିଛି ଏବଂ ଏହାର ପୂର୍ବ ମୁଣ୍ଡ ବାରବାଙ୍କୀ, ଦେହରୀ, ରାଞ୍ଚି, ଦିଘା ଦେଇ ଦକ୍ଷିଣ-ପୂର୍ବ ଦିଗ ଦେଇ ଉତ୍ତର ପଶ୍ଚିମ ବଙ୍ଗୋପସାଗରକୁ ଗତି କରୁଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ବେଳେ ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୮ ଅଗଷ୍ଟ, ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ସେହିପରି ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୨୦ ସେମି) ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ବରଗଡ଼, ରାୟଗଡ଼ା, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି। ଏହାବାଦ୍‌ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, ଅନୁଗୁଳ, କଟକ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି। ରାଜ୍ୟରେ ଅଗଷ୍ଟ ୧୮/୧୯ ତାରିଖ ପର୍ଯ୍ୟନ୍ତ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Share Now:

Kalinga News Beuro

Next Post

ଚନ୍ଦ୍ରପୃଷ୍ଠରେ ଅବତରଣ କରିବା ପାଇଁ ଚନ୍ଦ୍ରଯାନ-୩ରୁ ପୃଥକ୍‌ ହେଲା ଲ୍ୟାଣ୍ଡର୍‌ ‘ବିକ୍ରମ’

Thu Aug 17 , 2023
ନୂଆଦିଲ୍ଲୀ: ଚନ୍ଦ୍ରପୃଷ୍ଠରେ ଅବତରଣ କରିବା ପାଇଁ ଆଜି ଚନ୍ଦ୍ରଯାନ-୩ରୁ ଲ୍ୟାଣ୍ଡର୍‌ ‘ବିକ୍ରମ’ ସଫଳତାର ସହିତ ପୃଥକ୍‌ ହୋଇଥିବା କଥା ‘ଇସ୍ରୋ’ କହିଛି। ଅଗଷ୍ଟ ୨୩ ତାରିଖ ଦିନ ଲ୍ୟାଣ୍ଡର୍‌ ‘ବିକ୍ରମ’ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ଏ ସଂକ୍ରାନ୍ତରେ ‘ଏକ୍ସ୍‌’ (ଟୁଇଟ୍‌) କରି ‘ଇସ୍ରୋ’ କହିଛି: ‘ଏଲ୍‌ଏମ୍‌’ ସଫଳତାର ସହିତ ‘ପ୍ରପଲ୍‌ସନ୍‌ ମଡ୍ୟୁଲ୍‌’ରୁ (ପିଏମ୍‌) ପୃଥକ୍‌ ହୋଇଛି। ଆଗାମୀକାଲି ପାଇଁ ସ୍ଥିରୀକୃତ କରାଯାଇଥିବା ନିମ୍ନାବତରଣ କକ୍ଷପଥଠାରୁ ‘ଏଲ୍‌ଏମ୍‌’ ସାମାନ୍ୟ ତଳକୁ ଥିବା […]
ଚନ୍ଦ୍ରଯାନ-୩ରୁ ପୃଥକ୍‌ ହେଲା ଲ୍ୟାଣ୍ଡର୍‌ ‘ବିକ୍ରମ’

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial