ଘୂର୍ଣ୍ଣିବଳୟ ସକ୍ରିୟ: ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସମ୍ଭାବନା

ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ

ଭୁବନେଶ୍ୱର: ଆଜି (ଗୁରୁବାର) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୦.୯ କିମି ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ରହିଛି। ଫଳ ସ୍ୱରୂପ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୩ ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ ବୋଲି ଆଜି (ଗୁରୁବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ସେପ୍ଟେମ୍ବର ୧ ତାରିଖ ଅପରାହ୍ନ ସୁଦ୍ଧା ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୨୩ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ରଦ୍ୱାରା ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧ ସେପ୍ଟେମ୍ବର, ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଦେବଗଡ଼, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି କନ୍ଧମାଳ, ରାୟଗଡ଼ା, ସମ୍ବଲପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୨୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

Share Now:

Kalinga News Beuro

Next Post

ଜି-୨୦ ପାଇଁ ଭାରତ ଆସିବେନି ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ୍

Thu Aug 31 , 2023
ନୂଆଦିଲ୍ଲୀ: ଆସନ୍ତା ସେପ୍ଟେମ୍ବର ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭାରତରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ଯୋଗ ଦେବେ ନାହିଁ। ଏ ସଂପର୍କରେ ଏକ ଅନ୍ତର୍ଜାତୀୟ ନ୍ୟୁଜ୍ ଏଜେନ୍ସି ଏକ ରିପୋର୍ଟ ପ୍ରକାଶ କରିଛି। ଚୀନରେ ଅବସ୍ଥାପିତ ଜଣେ ଭାରତୀୟ କୂଟନୀତିଜ୍ଞ ଓ ଅନ୍ୟ ଜଣେ ଜି-୨୦ ଅଧିକାରୀଙ୍କ ସୂଚନାକୁ ଭିତ୍ତି କରି ଏହି ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟରେ କୁହାଯାଇଛି ଯେ […]
ଜି-୨୦ ପାଇଁ ଭାରତ ଆସିବେନି ସି ଜିନପିଙ୍ଗ୍

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial