ଚିନ୍ତା ବଢାଇଲା ସ୍କ୍ରବ୍ ଟାଇଫସ୍‌ : ଗୋଟିଏ ଦିନରେ ୩୦ ଆକ୍ରାନ୍ତ ଚିହ୍ନଟ

ଚିନ୍ତା ବଢାଇଲା ସ୍କ୍ରବ୍ ଟାଇଫସ୍‌

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢ଼ାଇଲାଣି ସ୍କ୍ରବ ଟାଇଫ୍‌ସ। ଗତକାଲି ଗୋଟିଏ ଦିନରେ ୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୧୬୨ରେ ପହଞ୍ଚିଛି। ରାଜ୍ୟରେ ଏହା ସର୍ବାଧିକ ବୋଲି କୁହାଯାଉଛି। ଗତ ଜାନୁଆରି ୧ରୁ ସେପ୍ଟେମ୍ବର ୧୨ ତାରିଖ ମଧ୍ୟରେ ଜିଲ୍ଲାରେ ୧୩୨ ଜଣ ସ୍କ୍ରବ ଟାଇଫ୍‌ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଅଗଷ୍ଟ ୨୩ରେ ବଡ଼ଗାଁ ତୁଡ଼ାଲଗାର ସହଦେବ ତେଲି ନାମକ ଜଣେ ବ୍ୟକ୍ତିଙ୍କର ଏହି କାରଣରୁ ଜୀବନ ଯାଇଥିଲା। ତାଙ୍କ ଦେହରେ ସ୍କ୍ରବ ଟାଇଫ୍‌ସ ଚିହ୍ନଟ ହୋଇଥିଲା, ‌ତେବେ ସେ ଅନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ ବୋଲି ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. କାହ୍ନୁଚରଣ ନାୟକ ସୂଚନା ଦେଇଥିଲେ। ସର୍ବାଧିକ ୪୦ ଜଣ ମଝାପଡ଼ା ଓ ୧୯ ଜଣ ସୁନ୍ଦରଗଡ଼ ସହରରୁ ସଂକ୍ରମିତ ଥିବା ଜଣାପଡ଼ିଛି। ସାଧାରଣତଃ ଜୁଲାଇରୁ ନଭେମ୍ବର ମାସରେ ସ୍କ୍ରବ୍ ଟାଇଫ୍‌ସ ସଂକ୍ରମଣ ଦେଖିବାକୁ ମିଳିଥାଏ। ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ୱାରା ଲୋକଙ୍କ ଶରୀରରେ ଏହି ସଂକ୍ରମଣ ଆରମ୍ଭ ହୋଇଥାଏ। ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସାଧାରଣତତଃ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଥାଏ। ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହୋଇଥାନ୍ତି।
ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଶରୀରରେ ତୀବ୍ର ଜ୍ୱର ସାଙ୍ଗକୁ ମୁଣ୍ଡ ବୁଲାଇବା, ମାଂସପେଶୀ ଦରଜ ହୋଇଥାଏ। କୀଟ କାମୁଡ଼ିଥିବା ସ୍ଥାନର ଚର୍ମ କୁଣ୍ଡେଇ ହେବା ସହ କିଛି ସମୟ ପ‌ରେ କଳା ପଡ଼ିଯାଏ। ପରେ ପରେ ରୋଗୀ ଜ୍ୱରରେ ପଡ଼େ। ଲକ୍ଷଣ ପ୍ରକାଶ ପାଇବା କ୍ଷଣି ଠିକ ସମୟରେ ପରୀକ୍ଷା କରି ଚିକିତ୍ସା କରାଗଲେ ରୋଗୀଙ୍କ ଜୀବନ ବିପଦମୁକ୍ତ ହୋଇଥାଏ ବୋଲି ଡାକ୍ତର କହିଛନ୍ତି। ତେବେ ଏନେଇ ଲୋକଙ୍କୁ ସଚେତନ କରାଯିବା ସହ ରୋଗ ଚିହ୍ନଟ ପାଇଁ ବ୍ୟାପକ ପରୀକ୍ଷା କରାଯାଉଛି। କୌଣସି ବ୍ୟକ୍ତିଙ୍କଠାରେ ଏହି ରୋଗର ଲକ୍ଷଣ ଦେଖାଗଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବାକୁ କୁହାଯାଉଛି ବୋଲି ଜିଲ୍ଲା ମୁଖ୍ୟ ଡାକ୍ତରଖାନା ସୂତ୍ରରୁ ପ୍ରକାଶ।

Share Now:

Kalinga News Beuro

Next Post

୪ ଓଡ଼ିଆ କଳାକାର ପାଇବେ ‘ସଙ୍ଗୀତ ନାଟକ ଅକାଦେମୀ’ ପୁରସ୍କାର

Fri Sep 15 , 2023
ନୂଆଦିଲ୍ଲୀ: ‘ସ୍ୱାଧୀନତାର ଅମୃତ ମହୋତ୍ସବ’ ଅବସରରେ ‘ସଙ୍ଗୀତ ନାଟକ ଅକାଦେମୀ’ ପୁରସ୍କାର ପାଇବାକୁ ମନୋନୀତ ହୋଇଥିବା ଭାରତର ୮୪ଜଣ କଳାକାରଙ୍କ ମଧ୍ୟରେ ଓଡ଼ିଶାରୁ ୪ଜଣ କଳାକାର ଥିବା କଥା ‘ସଙ୍ଗୀତ ନାଟକ ଅକାଦେମୀ’ର ପ୍ରେସ୍‌ ରିଲିଜ୍‌ରୁ ଜଣାପଡ଼ିଛି। ‘ଛଉନୃତ୍ୟ’ ପାଇଁ ସିଦ୍ଧେଶ୍ୱର ଦାସ, ‘ଥିଏଟର୍‌’ରେ ସାମଗ୍ରିକ ଅବଦାନ ପାଇଁ ଅନନ୍ତ ମହାପାତ୍ର, ଲୋକସଙ୍ଗୀତ ବ୍ରହ୍ମବୀଣା ପାଇଁ ଆନନ୍ଦ ବାଗ ଓ ଓଡ଼ିଶୀ ନୃତ୍ୟ (ଗୋଟିପୁଅ) ପାଇଁ ଗୋବିନ୍ଦ ଚନ୍ଦ୍ର ପାଲ୍‌ […]
‘ସଙ୍ଗୀତ ନାଟକ ଅକାଦେମୀ’ ପୁରସ୍କାର

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial