ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର: ରାଜ୍ୟରେ ପାଣିପାଗର ଆକଳନ କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ବୈଜ୍ଞାନିକ ଉମା ଶଙ୍କର ଦାସ। ସେ କହିଛନ୍ତି, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ନେବ ସୁଦୃଶ୍ୟ ଲଘୁଚାପର ରୂପ। ଲଘୁଚାପ ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବା ସମ୍ଭାବନା।ଏହାର ପ୍ରଭାବରେ ଆଜି ସନ୍ଧ୍ୟାରୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବ। ଏହାର ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଏଥିସହ ଆଜିଠୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଉମା ଶଙ୍କର ଦାସ ସୂଚନା ଦେଇଛନ୍ତି। ଆଜି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ଥିବା ବେଳେ ଆସନ୍ତାକାଲିଠୁ ଭୁବନେଶ୍ଵର ଓ କଟକର ପାଗ ବଦଳିବାର ଆକଳନ କରିଛନ୍ତି ସେ। ଉପକୂଳ ଓଡ଼ିଶାରେ ମେଘୁଆ ପାଗ ସହ ବିସ୍ତୃତି ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ବୈଜ୍ଞାନିକ ଉମା ଶଙ୍କର ଦାସ କହିଛନ୍ତି।

Share Now:

Kalinga News Beuro

Next Post

ପାକିସ୍ତାନର ବଲୋଚିସ୍ତାନରେ ପ୍ରଚଣ୍ଡ ବିସ୍ଫୋରଣ ଘଟି ୩୪ ମୃତ, ୧୦୦ରୁ ଅଧିକ ଆହତ

Fri Sep 29 , 2023
କରାଚୀ: ଆଜି ପାକିସ୍ତାନର ବଲୋଚିସ୍ତାନ ପ୍ରଦେଶରେ ପ୍ରଚଣ୍ଡ ବିସ୍ଫୋରଣ ଘଟି ଅନ୍ୟୂନ ୩୪ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ଓ ୧୦୦ରୁ ଅଧିକ ଆହତ ହୋଇଥିବା କଥା ‘ଇଣ୍ଡିଆ ଟୁଡେ’ ରିପୋର୍ଟ କରିଛି। ରିପୋର୍ଟରେ ଉଲ୍ଲେଖ ଅଛି, ଏହି ବିସ୍ଫୋରଣ ଘଟଣାରେ ନିହତ ଲୋକମାନଙ୍କ ମଧ୍ୟରେ ଅଛନ୍ତି ଜଣେ ଡେପୁଟି ପୁଲିସ ସୁପରିଣ୍ଟେଣ୍ଡେଣ୍ଟ। ବଲୋଚିସ୍ତାନର ମସ୍ତୁଙ୍ଗ୍‌ ଜିଲ୍ଲାରେ ମହାପୁରୁଷ ମହମ୍ମଦଙ୍କ ଜୟନ୍ତୀ ପାଳନ ନିମନ୍ତେ ଜନସମାଗମ ହୋଇଥିବା ବେଳେ ଏକ […]
ବଲୋଚିସ୍ତାନରେ ପ୍ରଚଣ୍ଡ ବିସ୍ଫୋରଣ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial