ଭୁବନେଶ୍ୱରରେ ପହଞ୍ଚିିଲେ ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ

ଭୁବନେଶ୍ୱର: ଆଜି ସକାଳେ ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ। ଭୁବନେଶ୍ୱର ଅଲ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସର (ଏମ୍‌ସ) ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାକୁ ବାୟୁସନାର ଏକ ସ୍ୱତନ୍ତ୍ର ବିମାନ‘ରାଜ ହଂସ’ ଯୋଗେ ଉପରାଷ୍ଟ୍ରପତି ଶ୍ରୀ ନାଇଡୁ ଆସି ଭୁବନେଶ୍ୱରରେ ପହଞ୍ଚିିଛନ୍ତି।
ସୂଚନାଯୋଗ୍ୟ ଯେ ଏମ୍‌ସର ପ୍ରଥମ ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ ୧୦୬ ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରି ପଦାନ କରିବେ। ଏତଦ୍‌ବ୍ୟତୀତ ଏହି ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି ଶ୍ରୀ ନାଇଡୁ ବିଭିନ୍ନ ପାଠ୍ୟକ୍ରମରେ ଉତ୍କର୍ଷ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣପଦକ ଦେଇ ସମ୍ମାନିତ କରିବେ।
ସୂଚନାଯୋଗ୍ୟଯେ ଉପରାଷ୍ଟ୍ରପତି ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ମେୟର ଅନନ୍ତ ନାରାୟଣ ଜେନା ପ୍ରମୁଖ ସ୍ୱାଗତ କରିଥିଲେ। ପରେ ସେଠାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଉପରାଷ୍ଟ୍ରପତି ଶ୍ରୀ ନାଇଡୁ ରାଜଭବନ ଅଭିମୁଖେ ଯାତ୍ରା କରିଛନ୍ତି।

Share Now:

Kalinga News Beuro

Leave a Reply

Next Post

ଆଇଆରସିଟିସି ହୋଟେଲ୍‌ ଦୁର୍ନୀତି ମାମଲା:ଇଡିର ଚାର୍ଜସିଟ୍‌ ଦାଖଲ

Sat Aug 25 , 2018
ନୂଆଦିଲ୍ଲୀ: ଆଇଆର୍‌ସିଟିସି ହୋଟେଲ୍‌ ଦୁର୍ନୀତି ମାମଲାରେ ଆଜି ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ, ପତ୍ନୀ ରାବ୍ରୀ ଦେବୀ ଏବଂ ପୁଅ ତେଜସ୍ୱୀ ଯାଦବଙ୍କ ବିରୋଧରେ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ପ୍ରଥମ ଚାର୍ଜସିଟ୍‌ ଦାଖଲ କରିଛି। ଲାଲୁ ଏବଂ ତାଙ୍କ ପରିବାର ସଦସ୍ୟଙ୍କ ବ୍ୟତୀତ ମାମଲାରେ ଅନ୍ୟ ୧୩ ଜଣଙ୍କ ବିରୋଧରେ ମଧ୍ୟ ଚାର୍ଜସିଟ୍‌ ଦାଖଲ ହୋଇଛି । ଏମାନଙ୍କ ମଧ୍ୟରେ ଅଛନ୍ତି ଲାଲୁଙ୍କ ଦଳୀୟ ସହଯୋଗୀ ତଥା ପୂର୍ବତନ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial