ଘୁଞ୍ଚିଲା ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇବା ତାରିଖ

ଘୁଞ୍ଚିଲା ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇବା ତାରିଖ

ନୂଆଦିଲ୍ଲୀ: ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ ଯେଉଁ ଚାରି ମାସର ସମୟ ଦେଇଥିଲା ତାହା ଆଜି (ଶନିବାର) ଶେଷ ହେଉଥିଲା। ହେଲେ ଏହାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବଢାଇ ଦେଇଛି। ଆରବିଆଇ ଦ୍ୱାରା ଜାରି ବିବୃତିରେ କୁହାଯାଇଛି ଯେ ୨୦୨୩ ମସିହା ଅକ୍ଟୋବର ୭ ତାରିଖ ଯାଏ ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇ ହେବ। ଅକ୍ଟୋବର ୮ ତାରିଖରୁ ବ୍ୟାଙ୍କ ଶାଖାରେ ଦୁଇ ହଜାର ଟଙ୍କିଆ ନୋଟ୍ ଜମା ଏବଂ ବିନିମୟ ବନ୍ଦ ହୋଇଯିବ। ଅକ୍ଟୋବର ୮ ତାରିଖ ପରେ, ଆରବିଆଇର ୧୯ଟି ଅଫିସରେ ଏକ ସମୟରେ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଯାଇପାରିବ। ଲୋକମାନେ ଆରବିଆଇର ୧୯ଟି କାର୍ଯ୍ୟାଳୟକୁ ଡାକ ବିଭାଗରୁ ଦୁଇ ହଜାର ଟଙ୍କିଆ ନୋଟ୍ ମଧ୍ୟ ପଠାଇ ପାରିବେ। ଏହି ନୋଟର ମୂଲ୍ୟ ସଂପୃକ୍ତ ବ୍ୟକ୍ତିଙ୍କ ଆକାଉଣ୍ଟରେ ଜମା ହେବ।
ଉଲ୍ଲେଖଯୋଗ୍ୟ, ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ ଯେଉଁ ଚାରି ମାସର ସମୟ ଦେଇଥିଲା ତାହା ଶନିବାର ଶେଷ ହେଉଥିଲା। ୨୦୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିମୁଦ୍ରୀକରଣ ଘୋଷଣା କରିବା ପରେ ବଜାରରେ ଦେଖାଦେଇଥିବା ନଗଦ ରାଶିର ଅଭାବ ପୂରଣ କରିବା ଲାଗି ୨୦୦୦ ଟଙ୍କିଆ ଆସିଥିଲା। ଚଳିତ ବର୍ଷ ମେ’ ୧୯ରେ ସେହି ବଡ଼ ନୋଟ୍‌ ପ୍ରତ୍ୟାହାର କରିବା ବିଷୟରେ ରିଜର୍ଭ ବ୍ୟାଙ୍କ ଘୋଷଣା କରିଥିଲା। ମେ’ ୨୩ରୁ ନୋଟ୍ ବଦଳାଇବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ନୋଟ୍‌ଗୁଡ଼ିକୁ ବ୍ୟାଙ୍କରେ ବଦଳାଇବା ଓ ଜମା କରିବା ଲାଗି ରିଜର୍ଭ ବ୍ୟାଙ୍କ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସମୟ ଦେଇଥିଲା।

Share Now:

Kalinga News Beuro

Next Post

ଡେରାସ ଡ୍ୟାମରେ ଏମ୍ସ ଭୁବନେଶ୍ଵର ପକ୍ଷରୁ ସଫେଇ ଅଭିଯାନ

Sun Oct 1 , 2023
ଭୁବନେଶ୍ଵର: ଆୟୁଷ୍ମାନ ଭବ ଅଭିଯାନ ଅନ୍ତର୍ଗତ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଡେରାସ ଡ୍ୟାମରେ ଏମ୍ସ ଭୁବନେଶ୍ଵର ପକ୍ଷରୁ ସଫେଇ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏମ୍ସ ଭୁବନେଶ୍ଵର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସଙ୍କ ନେତୃତ୍ୱରେ ଅଧ୍ୟାପକ/ଅଧ୍ୟାପିକା, ଛାତ୍ରଛାତ୍ରୀମାନେ ଆଜି ସକାଳ ୧୦ରେ ଏହି ସଫେଇ ଅଭିଯାନରେ ସାମିଲ ହୋଇଥିଲେ। ଦେଶର ମାନନୀୟ ପ୍ରଧାନମନ୍ତ୍ରୀଙ୍କ ସ୍ଵଚ୍ଛତା ହି ସେବା କାର୍ଯ୍ୟକ୍ରମକୁ ସାକାର ରୂପ ଦେବାକୁ […]
ଡେରାସ ଡ୍ୟାମରେ ଏମ୍ସ ଭୁବନେଶ୍ଵର ପକ୍ଷରୁ ସଫେଇ ଅଭିଯାନ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial