ଓଡିଶାରୁ ଫେରିଯିବ ମୌସୁମୀ : କମିବ ବର୍ଷା

ରାଜ୍ୟରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର: ଆଗାମୀ ୨ ରୁ ୩ ଦିନ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ସମ୍ପୂର୍ଣ୍ଣ ଭାବେ ଅନୁକୂଳ ରହିଛି। ଏଥିସହ ରାଜ୍ୟରୁ ମୌସୁମୀ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯିବ। ଏଥିସହ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ସହ ବଡ଼ ବର୍ଷାର କୌଣସି ପ୍ରକାରର ସମ୍ଭାବନା ନାହିଁ। ଅନ୍ୟପକ୍ଷରେ ଆକାଶ ନିର୍ମଳ ରହିବ ଏବଂ ଖରା ମଧ୍ୟ ଅଧିକ ହେବ। ତେବେ, ଆଜି (ଶୁକ୍ରବାର) ଟୁଇନ୍‌ ସିଟି ରାଜଧାନୀ ଭୁବନେଶ୍ୱର ଓ କଟକର ପାଗ ଆଂଶିକ ମେଘୁଆ ରହିବ। ବର୍ଷା ଅଳ୍ପବହୁତ ହୋଇପାରେ। ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୨୫ଡିଗ୍ରି ମଧ୍ୟରେ ରହିବ।
ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଁଭାଁ ହାଲୁକା ବା ତା’ଠାରୁ ଟିକେ ଅଧିକ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି।

Share Now:

Kalinga News Beuro

Next Post

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଘଟଣା : ଶିଶୁର ବାପାଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ

Fri Oct 6 , 2023
ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାରେ ଡିଏନ୍‌ଏ ରିପୋର୍ଟ ଆସିବା ପରେ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜଣେ ଲୋକଙ୍କ ହୀନ ମାନସିକତା ପାଇଁ ହସ୍ପିଟାଲ ବଦନାମ ହେଲା। ପୁଲିସ ଠାରୁ ଆରମ୍ଭ କରି କୋର୍ଟ ସମସ୍ତଙ୍କ ସମୟ ବର୍‌ବାଦ ହେଲା। ଏଭଳି ଲୋକ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେ ଆହୁରି ନିଜ ସଫେଇରେ କହିଛନ୍ତି ଯେ, […]
ଶିଶୁର ବାପାଙ୍କ ବିରୁଦ୍ଧରେ ହେବ ଆଇନଗତ କାର୍ଯ୍ୟାନୁଷ୍ଠାନ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial