ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ବାଦାମବାଡ଼ି‌ରେ ହେବ ଅତ୍ୟାଧୁନିକ ପାଠାଗାର

ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ପାଠାଗାର

ଭୁବନେଶ୍ୱର: କଟକ ବାଦାମବାଡ଼ିର ପୁରୀ-ଅନୁଗୁଳ ବସଷ୍ଟାଣ୍ଡରେ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ହେବ ଅତ୍ୟାଧୁନିକ ପାଠାଗାର ଓ ପଠନାଗାର। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦ କୋଟି ୫୮ ଲକ୍ଷ ୩୧,୧୦୦ ଟଙ୍କା ଖର୍ଚ୍ଚ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି। ୫-ଟି ସଚିବ ଭି କେ ପାଣ୍ଡିଆନଙ୍କ କଟକ ଗସ୍ତ ସମୟରେ କଟକରେ ସ୍ଵର୍ଗତ ବିଶ୍ଵନାଥ ପଣ୍ଡିତଙ୍କ ସ୍ମୃତିରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ କଟକବାସୀଙ୍କ ମତାମତକୁ ଗ୍ରହଣ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏହି ଲାଇବ୍ରେରୀରେ ଏକ ବଡ଼ ପଠନାଗାର ମଧ୍ୟ ରହିବ। ବିଭିନ୍ନ ପ୍ରତିଯୋଗୀତାମୂଳକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନେ ସେଠାରେ ପ୍ରସ୍ତୁତି କରି ପାରିବେ।
ସୂଚନାଯୋଗ୍ୟ ଯେ ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତ କଟକର ଡଗରପଡ଼ାଠାରେ ଜନ୍ମଗ୍ରହଣ କରିଥିଲେ। ସାଧୀନତା ସଂଗ୍ରାମରେ ଯୋଗ ଦେଇ ସେ କାରାବରଣ କରିଥିଲେ। ପରେ ସମାଜବାଦୀ ଆନ୍ଦୋଳନରେ ଯୋଗ ଦେଇ ଦଳିତ, ଶ୍ରମିକ ଓ ମଜ୍‌ଦୁରମାନଙ୍କ ସ୍ୱାର୍ଥ୍ୟର ସୁରକ୍ଷା ପାଇଁ ଜୀବନବ୍ୟାପି ସଂଗ୍ରାମ କରିଥିଲେ। ତାଙ୍କ ନାମରେ ଲାଇବ୍ରେରୀ ପ୍ରତିଷ୍ଠା ଦ୍ୱାରା ସ୍ୱର୍ଗତ ପଣ୍ଡିତଙ୍କର ସ୍ମୃତିକୁ ଉପଯୁକ୍ତ ସମ୍ମାନ ମିଳିବା ସହିତ ତାଙ୍କ ଅବଦାନ ସମ୍ପର୍କରେ ଜନସାଧାରଣ, ବିଶେଷକରି ଯୁବସମାଜ ଅବଗତ ହେବା ସହିତ ଅନୁପ୍ରାଣିତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Share Now:

Kalinga News Beuro

Next Post

ଆଫଗାନିସ୍ତାନ ଭୂମିକମ୍ପରେ ୨୦୦୦ରୁ ଅଧିକ ମୃତ : ୧୨ ଗାଁ ଧ୍ୱଂସ , ସାହାଯ୍ୟ ମାଗୁଛି ତାଲିବାନ୍‌

Sun Oct 8 , 2023
କାବୁଲ: ଶନିବାର ଦିନ ପଶ୍ଚିମ ଆଫଗାନିସ୍ତାନର ହେରାତ୍‌ରେ ସଂଘଠିତ ୬.୩ ତୀବ୍ରତାସମ୍ପନ୍ନ ଭୂମିକମ୍ପଜନିତ ମୃତ୍ୟୁସଂଖ୍ୟା ୨୦୦୦ ଟପିଥିବା କଥା ଆଜି ଜଣେ ତାଲିବାନ ମୁଖପାତ୍ର କହିଛନ୍ତି। ଆଫଗାନିସ୍ତାର ସୂଚନା ଓ ସଂସ୍କୃତି ମନ୍ତ୍ରାଳୟର ମୁଖପାତ୍ର ଅବ୍ଦୁଲ୍‌ ୱହିଦ୍‌ ରେୟାନ୍‌ କହିଛନ୍ତି, ମୂଳ ରିପୋର୍ଟରେ ଯାହା ଉଲ୍ଲେଖ ଅଛି ବାସ୍ତବ ମୃତ୍ୟୁସଂଖ୍ୟା ତା’ଠାରୁ ଢେର୍‌ ଅଧିକ। ପ୍ରାୟ ୧୨ଟି ଗାଁ ଧ୍ୱଂସ ହୋଇଯାଇଛି ଓ ଅସଂଖ୍ୟ ସାଧାରଣ ଜନତା ଭଗ୍ନସ୍ତୂପରେ ପୋତି […]
ଆଫଗାନିସ୍ତାନ ଭୂମିକମ୍ପ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial