ବଙ୍ଗୋପସାଗରରେ ୨୧ରେ ଲଘୁଚାପ : ୨୩ରେ ଅବପାତ,୨୫ରୁ ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ

ବଙ୍ଗୋପସାଗରରେ ୨୧ରେ ଲଘୁଚାପ

ଭୁବନେଶ୍ୱର: ଗତକାଲିି (ବୁଧବାର) ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି (ଅକ୍ଟୋବର ୧୯, ୨୦୨୩, ଗୁରୁବାର) ସକାଳ ୮ଟା ୩୦ ସୁଦ୍ଧା ସେହି ଅଞ୍ଚଳରେ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି। ତେବେ, ଏହା କ୍ରମଶଃ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅକ୍ଟୋବର ୨୧ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଅକ୍ଟୋବର ୨୩ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାର ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିିପାଗ ବିଭାଗ ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ବୁଲେଟିନ୍‌ରେ କୁହାଯାଇିଛିି।
ଅନ୍ୟପକ୍ଷରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପଶ୍ଚିମା-ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ଥିବାବେଳେ ୨୦ରୁ ୨୩ ତାରିଖ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବା ସମ୍ଭାବନା ରହିଛି। ଅକ୍ଟୋବର ୨୪ ତାରିଖରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ଏବଂ ୨୫ ତାରଖରୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢିବ ବୋଲି ଭାରତୀୟ ପାଣିିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେକନ୍ଦ୍‌ ପକ୍ଷରୁ କୁହାଯାଇଛି।

Share Now:

Kalinga News Beuro

Next Post

ବଙ୍ଗୋପସାଗରରେ ଲଘୁଚାପ : ୨୨ରେ ନେବ ଅବପାତର ରୂପ, ୨୩ରୁ ରାଜ୍ୟରେ ବର୍ଷା

Fri Oct 20 , 2023
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଜି (୨୦, ଅକ୍ଟୋବର) ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଏବେ ସେହି ଅଞ୍ଚଳରେ ସକ୍ରିୟ ରହିଛି ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ମଧ୍ୟ ବାୟୁମଣ୍ଡଳ ସ୍ତର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ସଂପୃକ୍ତ ଲଘୁଚାପଟି ୨୨ ତାରିଖ ବେଳକୁ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଥମେ […]
ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial