ବଙ୍ଗୋପସାଗରରେ ଲଘୁଚାପ : ୨୨ରେ ନେବ ଅବପାତର ରୂପ, ୨୩ରୁ ରାଜ୍ୟରେ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଜି (୨୦, ଅକ୍ଟୋବର) ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଏବେ ସେହି ଅଞ୍ଚଳରେ ସକ୍ରିୟ ରହିଛି ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ମଧ୍ୟ ବାୟୁମଣ୍ଡଳ ସ୍ତର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ସଂପୃକ୍ତ ଲଘୁଚାପଟି ୨୨ ତାରିଖ ବେଳକୁ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଥମେ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ପରେ ଗତିପଥ ବଦଳାଇ ଧୀରେ ଧୀରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ବାଂଲାଦେଶ ଉପକୂଳ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିିପାଗ ବିଭାଗ ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ବୁଲେଟିନ୍‌ରେ କୁହାଯାଇିଛିି।
୨୩ରୁ ରାଜ୍ୟରେ ବର୍ଷା:
ତେବେ, ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବ। ଅକ୍ଟୋବର ୨୩ ଓ ୨୪ ତାରିଖରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଅକ୍ଟୋବର ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଓ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା:

ଲଘୁଚାପ ଓ ଏହାର ଅଧିକ ତୀବ୍ରତା ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳରେ ୨୨ ତାରିଖରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ଏବଂ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ। ସେହିପରି ୨୪ ତାରିଖରୁ ଓଡ଼ିଶା ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୬୫ କିଲୋମିଟର ରହିବ। ଉପରୋକ୍ତ ସମୟ ମଧ୍ୟରେ ଏହି ସବୁ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ। ଅକ୍ଟୋବର ୨୨ ତାରିଖରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ୨୩ ତାରିଖରୁ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳକୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

Share Now:

Kalinga News Beuro

Next Post

ମସଜିଦର ଶିଳାନ୍ୟାସ ମୋଦୀ କରନ୍ତୁ, ଅଯୋଧ୍ୟା ମୁସଲିମ ସମାଜର ଦାବି

Fri Oct 20 , 2023
ଅଯୋଧ୍ୟା : ଅଯୋଧ୍ୟାରେ ରାମମନ୍ଦିରର ଭୂମି ପୂଜନ ଯେପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରିଥିଲେ, ଠିକ୍ ସେପରି ଧନୀପୁର ମସଜିଦର ଶିଳାନ୍ୟାସ କରନ୍ତୁ ବୋଲି ଅଯୋଧ୍ୟାର ମୁସଲିମ ସମାଜ ଦାବି କରିଛି। ମୁସଲମାନ ସମ୍ପ୍ରଦାୟର ଯୁକ୍ତି କରିଛନ୍ତି ଯେ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଯେପରି ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କରାଯାଉଛି, ସେହି ସୁପ୍ରିମକୋର୍ଟ ଏହି ମସଜିଦ ନିର୍ମାଣ ପାଇଁ ୫ ଏକର ଜମି ଦେଇଛନ୍ତି। ୨୨ ଜାନୁଆରୀ ୨୦୨୪ରେ ପ୍ରଧାନମନ୍ତ୍ରୀ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial